Advertisment

ସରକାରୀ କାର୍ଯ୍ୟକ୍ରମରେ ଏକାଠି ହେବେ ଶାହ-ନବୀନ

୨ ଦିନିଆ ଓଡ଼ିଶା ଗସ୍ତରେ ବିଜେପିର ଚାଣକ୍ୟ ଅମିତ ଶାହ। ଗତକାଲି ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

Union Home Minister Amit Shah on a 2-day Odisha visit

Union Home Minister Amit Shah on a 2-day Odisha visit

Advertisment

୨ ଦିନିଆ ଓଡ଼ିଶା ଗସ୍ତରେ ବିଜେପିର ଚାଣକ୍ୟ ଅମିତ ଶାହ। ସରକାରୀ କାର୍ଯ୍ୟକ୍ରମରେ ଏକାଠି ହେବେ ଶାହ-ନବୀନ। ଗତକାଲି ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏୟାରପୋର୍ଟରେ ପାରମ୍ପରିକ ବାଦ୍ୟ ଓ ନାଚଗୀତ କରି ଏକାଠି ହୋଇଥିଲେ ଦଳୀୟ କର୍ମୀ ଓ ପ୍ରଶଂସକ।

Advertisment

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ସାଂସଦଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଥିଲେ। ଏହାପରେ ଏକ ତାରକା ହୋଟେଲରେ ଯାଇ ରାତ୍ରିଯାପନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆଜି ଅମିତ ଶାହ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିରେ ଜାତୀୟ ରାଜପଥ ପ୍ରକଳ୍ପର ସେ ଶୁଭାରମ୍ଭ କରିବେ।

Advertisment

ନକ୍ସଲ ଦମନ ଓ ବିପର୍ଯ୍ୟୟ ପରିଚାଳନା ସ୍ଥିତିର ମଧ୍ୟ ସମୀକ୍ଷା କରିବେ ଅମିତ ଶାହ। ଏହାପରେ ଦଳୀୟ କାର୍ଯ୍ୟାଳୟରେ ନୂଆ ପଦାଧିକାରୀ, କୋର୍‌ ଟିମ୍ ସଦସ୍ୟମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ପୂର୍ବରୁ ଦିଆଯାଇଥିବା ଟାସ୍କ କେତେ କାର୍ଯ୍ୟକାରୀ ହୋଇଛି, ସେନେଇ ଆଲୋଚନା କାର୍ଯ୍ୟକ୍ରମ ରହିଛି। ତୃଣମୂଳ ସ୍ତରରେ ସଙ୍ଗଠନ ମଜଭୁତ, ମୋଦି ସରକାରଙ୍କ ୯ ବର୍ଷର ସଫଳ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା ନେଇ ଶାହ ଗୁରୁମନ୍ତ୍ର ଦେବେ। 

Advertisment
Amit Shah
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ