Advertisment

ଅର୍କେଶଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ପତ୍ନୀ ଅଦ୍ରିଜା ସିଂ

ଅଦ୍ରିଜା ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ବିଶ୍ୱନାଥ ପ୍ରତାପ ସିଂଙ୍କ ନାତୁଣୀ। ଅଦ୍ରିଜା ତାଙ୍କ ପରିବାର ସହ ଏବେ ଉତ୍ତରାଖଣ୍ଡରେ ରହୁଥିବା ବେଳେ ସେଠାରେ ଏକ ଥାନାରେ ଅଭିଯୋଗ କରିଥିଲେ।

ଅଦ୍ୟତନ ହୋଇଛି
Domestic Violence Case Against Arkesh Narayan Singh deo

Wife of Arkesh Narayan Singhdeo alleges domestic violence

Advertisment

ବଲାଙ୍ଗିର ରାଜପରିବାର ବିରୋଧରେ ଘରୋଇ ହିଂସା ଅଭିଯୋଗ। ଅନଙ୍ଗ ଉଦୟଙ୍କ ସିଂ ଦେଓଙ୍କ ସାନ ପୁଅ ଅର୍କେଶଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ ଆଣିଛନ୍ତି ତାଙ୍କ ପତ୍ନୀ ଅଦ୍ରିଜା ସିଂ। ଅର୍କେଶଙ୍କ ସମେତ ତାଙ୍କ ଶ୍ୱଶୁର ଘର ଲୋକେ ତାଙ୍କୁ ଯୌତୁକ ନିର୍ଯାତନା ସହ ମାରିପିଟ୍ କରୁଥିବା ଭଳି ସଙ୍ଗୀନ ଅଭିଯୋଗ କରିଛନ୍ତି।

Advertisment

ଅଦ୍ରିଜା ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ବିଶ୍ୱନାଥ ପ୍ରତାପ ସିଂଙ୍କ ନାତୁଣୀ। ଅଦ୍ରିଜା ତାଙ୍କ ପରିବାର ସହ ଏବେ ଉତ୍ତରାଖଣ୍ଡରେ ରହୁଥିବା ବେଳେ ସେଠାରେ ଏକ ଥାନାରେ ଅଭିଯୋଗ କରିଥିଲେ। ତେବେ ପୋଲିସ ଏ ମାମଲାରେ କୌଣସି ପଦକ୍ଷେପ ଗ୍ରହଣ କରୁନଥିବାରୁ ଉତ୍ତରାଖଣ୍ଡ ଡିଜିପିଙ୍କୁ ଭେଟି ନ୍ୟାୟ ମାଗିଛନ୍ତି।

ଉତ୍ତରାଖଣ୍ଡ ଡିଜିପି ପୁରା ଘଟଣାର ତଦନ୍ତ ଦାୟିତ୍ୱ ଡେରାଡୁନ୍ ଏସପିଙ୍କୁ ଦେଇଥିବା ସୂଚନା ମିଳିଛି। ଅର୍କେଶ ସୁପାରୀ ଦେଇ ଅଦ୍ରିଜାଙ୍କୁ ଏକଦା ହତ୍ୟା ପାଇଁ ଉଦ୍ୟମ କରିଥିବା କଥା ମଧ୍ୟ ଅଭିଯୋଗ କରିଛନ୍ତି। ସେପଟେ ଅଦ୍ରିଜାଙ୍କ ଏଭଳି ଅଭିଯୋଗ ନେଇ ଅର୍କେଶ ସିଂହ ଦେଓ କିମ୍ବା ତାଙ୍କ ପରିବାର ପକ୍ଷରୁ କାହାରି ପ୍ରତିକ୍ରିୟା ମିଳିପାରି ନାହିଁ।

Advertisment

ପ୍ରକାଶଥାଉକି ଅଦ୍ରିଜାଙ୍କ ଅଭିଯୋଗ ଅନୁସାରେ, ଗତ ୨୦୧୭ରେ ସେ ରାଜପରିବାରର ଅର୍କେଶଙ୍କୁ ବିବାହ କରିଥିଲେ। ବିବାହ ପରେ ଉଭୟ ଡେରାଡୁନ ଥାନା ଅଧିନ ରାଜୁପର ସ୍ଥିତ ଏକ ବଙ୍ଗଳାରେ ରହୁଥିଲେ। ହେଲେ ବିବାହର କିଛି ଦିନ ପରେ ବିବାଦ ଉପୁଜିଛି। ଶେଷରେ ନ୍ୟାୟ ପାଇଁ ଡିଜିପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅର୍କେଶଙ୍କ ପତ୍ନୀ। 

Dowry Domestic Violence
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ