/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700534619.jpg)
Winter Session
ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ। ଆଦିବାସୀ ଜମି ହଡ଼ପ ଅଭିଯୋଗ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ୱାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ନିଷ୍ପତ୍ତି ନେଇଛି।
ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ... ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ ....#Odisha#OTVpic.twitter.com/T99QxWv5Qa
— ଓଟିଭି (@otvkhabar) November 21, 2023
ସେପଟେ କଂଗ୍ରେସ କହିଛି ଆଞ୍ଚଳିକ ବୈଷମ୍ୟବାଦ, ପଶ୍ଚିମ ଓଡ଼ିଶା ପ୍ରତି ଅବହେଳା, ମଣ୍ଡି ସମସ୍ୟା, ଆଇନ ଶୃଙ୍ଖଳା, ଦୁର୍ନୀତି, ସୀମା ବିବାଦ, ଦାଦନ, ବେକାରୀ ଭଳି ପ୍ରସଙ୍ଗ ଗୃହରେ ଉଠାଯିବ । ଅନ୍ୟପକ୍ଷରେ ଶାସକ ବିଜେଡି ବି ବିରୋଧୀଙ୍କ ସାମ୍ନା କରିବାକୁ ତୟାର୍ ରହିଛି । ଗତକାଲି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଗୃହ ସୁପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି । ସେପଟେ ଗତକାଲି ଶୀତ ଅଧିବେଶନ ପାଇଁ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ସୁନୀଲ ବଂଶଲ।
ସୁରକ୍ଷାରେ ନିୟୋଜିତ ହେବେ ୨୮ ପ୍ଲାଟୁନ ପୋଲିସ। ଡ୍ରୋନ ମଧ୍ୟ ବ୍ୟବହାର କରାଯାଇପାରେ । ଏହି ଶୀତ ଅଧିବେଶନ ଡିସେମ୍ବର ୩୦ ତାରିଖ ଯାଏ ଚାଲିବ। ମୋଟ ୩୦ଟି ସରକାରୀ କାର୍ଯ୍ୟଦିବସ ରହିଛି।...
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)