Advertisment

ଉଷ୍ଣ ରହିବ ଶୀତ ଅଧିବେଶନ, ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ରଣନୀତି

ଆଜିଠୁ ବିଧାନସଭାର ଶୀତ ଅଧିବେଶନ….କାଲି ବାଚସ୍ପତି ଡାକିଥିଲେ ସର୍ବଦଳୀୟ ବୈଠକ ….ସୁରୁଖୁରୁରେ ଗୃହ ପରିଚାଳନାକୁ ଗୁରୁତ୍ୱ ,….

ଅଦ୍ୟତନ ହୋଇଛି
Odisha Assembly Winter Session

Winter Session

Advertisment

ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ। ଆଦିବାସୀ ଜମି ହଡ଼ପ ଅଭିଯୋଗ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ୱାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ନିଷ୍ପତ୍ତି ନେଇଛି। 

Advertisment

ସେପଟେ କଂଗ୍ରେସ କହିଛି ଆଞ୍ଚଳିକ ବୈଷମ୍ୟବାଦ, ପଶ୍ଚିମ ଓଡ଼ିଶା ପ୍ରତି ଅବହେଳା, ମଣ୍ଡି ସମସ୍ୟା, ଆଇନ ଶୃଙ୍ଖଳା, ଦୁର୍ନୀତି, ସୀମା ବିବାଦ, ଦାଦନ, ବେକାରୀ ଭଳି ପ୍ରସଙ୍ଗ ଗୃହରେ ଉଠାଯିବ । ଅନ୍ୟପକ୍ଷରେ ଶାସକ ବିଜେଡି ବି ବିରୋଧୀଙ୍କ ସାମ୍ନା କରିବାକୁ ତୟାର୍ ରହିଛି । ଗତକାଲି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଗୃହ ସୁପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି । ସେପଟେ ଗତକାଲି ଶୀତ ଅଧିବେଶନ ପାଇଁ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ସୁନୀଲ ବଂଶଲ।

Advertisment

ସୁରକ୍ଷାରେ ନିୟୋଜିତ ହେବେ ୨୮ ପ୍ଲାଟୁନ ପୋଲିସ। ଡ୍ରୋନ ମଧ୍ୟ ବ୍ୟବହାର କରାଯାଇପାରେ । ଏହି ଶୀତ ଅଧିବେଶନ ଡିସେମ୍ବର ୩୦ ତାରିଖ ଯାଏ ଚାଲିବ। ମୋଟ ୩୦ଟି ସରକାରୀ କାର୍ଯ୍ୟଦିବସ ରହିଛି।...

Odisha Assembly Odisha Assembly Winter Session
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ