/odishatv-khabar/media/post_attachments/uploadimage/library/16_9/16_9_0/IMAGE_1727602444.jpg)
Mohan Majhi
ଯାଜପୁରରୁ ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି, ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଯିଏ ବି ଦୋଷୀ ଥିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦଣ୍ଡ ଦେବୁ । ପୂର୍ବ ସରକାର ନାରୀକୁ କେତେ ସମ୍ମାନ ଦେଇଛନ୍ତି, ତାହା ଆମେ ଦେଖିଛୁ । ଧର୍ମଶାଳା ପିଇଓ ସ୍ମିତାରାଣୀଙ୍କୁ ନିର୍ମମ ଭାବେ ହତ୍ୟା କରାଗଲା । ତାଙ୍କୁ ନ୍ୟାୟ ଦେବା ପରିବର୍ତ୍ତେ କୁଜି ନେତାଙ୍କୁ ଘଣ୍ଟ ଘୋଡ଼ାଇ ରଖିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେହିପରି ସେ ନଗଡ଼ା ପ୍ରସଙ୍ଗ ଉଠାଇ କହିଛନ୍ତି, ଯାଜପୁରର ନଗଡ଼ା ଅପପୃଷ୍ଟି କଥା ରାଜ୍ୟ ନୁହେଁ ପୁରା ଦେଶରେ ଚର୍ଚ୍ଚା ଥିଲା । ଖାଇବାକୁ ନ ପାଇ ପ୍ରାୟ ୧୫ ଶିଶୁଙ୍କ ଜୀବନ ଯାଇଥିଲା । ଯାଜପୁରର ଗୁରୁବାରୀ ମାଉସୀ ଚାକୁଣ୍ଡା ପତ୍ର ଭାଜି ଖାଇଥିଲେ । ୨୪ ବର୍ଷ ଭିତରେ କି ବିକାଶ ହୋଇଛି, ଆହୁରି ସମୟ ମାଗୁଛନ୍ତି । ୨୪ ବର୍ଷ ଶାସନରେ ବିକାଶ ନାଁରେ ବିଜୁ ଜନତା ଦଳ ବିନାଶ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ସେହିପରି ବିଜେପିକୁ ଓଡ଼ିଶାରେ ଏକ ନମ୍ବର କରିବାକୁ ଯାଜପୁରବାସୀଙ୍କୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ ନାଁ ନନେଇ ବିଜେଡିର ୩ ନେତାଙ୍କୁ ଟାର୍ଗେଟ କରିଛନ୍ତି ମୋହନ ମାଝୀ । ବିଜେଡିକୁ ଟାର୍ଗେଟ କରି କହିଛନ୍ତି ଯେ ବିକାଶ ନାଁରେ ୩ ପରିବାର ଯାଜପୁରକୁ ଲୁଟିଛନ୍ତି । ଯାଜପୁର ଖଣି ଖାଦାନରେ ଭରପୂର, କିନ୍ତୁ ଲୋକଙ୍କ ଉନ୍ନତି ହୋଇନି । ବିଗତ ସରକାରରେ ଅବହେଳିତ ହୋଇଥିବା ଲୋକଙ୍କୁ ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ।
#ବିଜେଡିକୁ_ଟାର୍ଗେଟ_କଲେ_ମୁଖ୍ୟମନ୍ତ୍ରୀ
ଯାଜପୁରରେ ବିଜେଡି ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ: କହିଲେ ଧର୍ମଶାଳା ପିଇଓ । ସ୍ମିତାରାଣୀ ମୃତ୍ୟୁ ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀକୁ ଦେବୁ ଦଣ୍ଡ । #OTVpic.twitter.com/2I0bHfa721— ଓଟିଭି (@otvkhabar) September 29, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)