Advertisment

ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ, ଦୁର୍ନୀତି ଓ ଭ୍ରଷ୍ଟାଚାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ

ଦୁର୍ନୀତି ଓ ଭ୍ରଷ୍ଟାଚାର ପ୍ରତିବାଦରେ ଆଜି ଆନ୍ଦୋଳନକୁ ଓହ୍ଲାଇବ ଯୁବ କଂଗ୍ରେସ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
Youth Congress to Gherao Naveen Niwas

Congress

ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ। ଦୀର୍ଘ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭ୍ରଷ୍ଟାଚାର ବଢିଚାଲିଛି ଏବଂ ରାଜ୍ୟ ସରକାର ଯୁବକମାନଙ୍କ ସହ ପ୍ରତାରଣା କରିଛନ୍ତି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ସେହିଭଳି ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଜୁ ଯୁବ ବାହିନୀ ନିର୍ମାଣ କରିଥିଲେ। ଏବେ ସେହି ବାହିନୀ କେଉଁଠାରେ ବୋଲି ମଧ୍ୟ ପ୍ରଶ୍ନ କରିଛି କଂଗ୍ରେସ।

Advertisment

କେବଳ ନିର୍ବାଚନକୁ ଆଖି ଆଗରେ ରଖି ସରକାର ଯୁବକମାନଙ୍କୁ ସ୍ୱୟମ ଯୋଜନାରେ ୧ ଲକ୍ଷ ଟଙ୍କା ଋଣ ଦେଉଛନ୍ତି। କିନ୍ତୁ ଯୁବକମାନଙ୍କୁ ଚାକିରୀ ଦରକାର, ଋଣ ଦରକାର ନୁହେଁ ବୋଲି କହିଛନ୍ତି ଯୁବ କଂଗ୍ରେସ ସଭାପତି। ତେବେ ଏ ନେଇ ବିଜେଡି କି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ଆଗକୁ ନିର୍ବାଚନ ଥିବାରୁ ଏବେ ସକ୍ରିୟ ହୋଇପଡ଼ିଛି କଂଗ୍ରେସ। କିଛି ଦିନ ପୂର୍ବେ ରାଜଧାନୀରେ ମହିଳା ସମାବେଶ କରି ସରକାରଙ୍କୁ ଟାର୍ଗେଟ କରିଥିବାବେଳେ ଗତ ଫେବ୍ରୁଆରୀ ୨୬ରେ ଲୋକସେବା ଭବନ ଘେରାଉ କରିଥିଲା କଂଗ୍ରେସ।

ଅଧିକ ପଢ଼ନ୍ତୁ: ଭଣଜା ଦେଲେନି ଟିକେଟ୍‌, ବିଜେପିରେ ମିଶିଲେ ମାମୁ

Congress Protests Naveen Niwas
Advertisment
Advertisment