• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • କୋଭିଡ୍ କଟକଣା ମଧ୍ୟରେ ୧୦ ଜଣ ଉପସ୍ଥିତ ରହିପାରିବେ

  • ମୃତକଙ୍କ କୋଭିଡ୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

  • ଶନିବାର, ରବିବାର ସଟଡାଉନରେ ମଧ୍ୟ ଶବଦାହ ହୋଇପାରିବ

  • ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ସୂଚନା

ପୁରୀ : ସର୍ବସାଧାରଣଙ୍କ ପାଇଁ ଖୋଲିବ ସ୍ୱର୍ଗଦ୍ୱାର। ଆସନ୍ତା ୧୬ ତାରିଖରୁ ପୁରୀ ବାହାର ଜିଲ୍ଲାର ଲୋକଙ୍କୁ ଶବଦାହ କରିବାକୁ ଅନୁମତି ପ୍ରଦାନ କରାଯାଇଛି । ମହାମାରୀର ଭୟାବହତା ମଧ୍ୟରେ ପୁରୀ ସ୍ୱର୍ଗଦ୍ୱାରରେ କଟକଣା ଲାଗୁ କରାଯାଇଥିଲା । ଶବଦାହ ସମୟରେ କୋଭିଡ୍ କଟକଣା ମଧ୍ୟରେ ୧୦ ଜଣ ଉପସ୍ଥିତ ରହିପାରିବେ । ତେବେ ସ୍ୱର୍ଗଦ୍ୱାରରେ ଶବଦାହ କରିବାକୁ ମୃତକଙ୍କ କୋଭିଡ୍ ନେଗେଟିଭ ରିପୋର୍ଟ ଦେବା ବାଧ୍ୟତାମୂଳକ କରାଯାଇଛି । ଶନିବାର, ରବିବାର ସଟଡାଉନରେ କୌଣସି ଅସୁବିଧା ହେବନାହିଁ, ସଟଡାଉନରେ ମଧ୍ୟ ଶବଦାହ ହୋଇପାରିବ । ଏନେଇ ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି ।

କରୋନା ଭାଇରସ୍ ଭୟ ଯୋଗୁଁ ଏପ୍ରିଲ ୨୫ ତାରିଖରୁ ପୁରୀ ଜିଲ୍ଲା ବାହାରର କୌଣସି ଲୋକ ସ୍ୱର୍ଗଦ୍ୱାରରେ ଶବଦାହ କରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଥିଲା । ପୁରୀ ଜିଲ୍ଲାର ଲୋକେ ଅନ୍ୟ କାରଣ ପାଇଁ ମୃତ୍ୟୁ ହେଲେ ସ୍ୱର୍ଗଦ୍ୱାରରେ ଆତ୍ମୀୟଙ୍କ ଶବଦାହ କରିପାରିବେ ବୋଲି କୁହାଯାଇଥିଲା । ସେହିପରି କୋଭିଡରେ ପ୍ରାଣ ହରାଉଥିବା ବ୍ୟକ୍ତି ସ୍ୱର୍ଗଦ୍ୱାରରେ ଅସ୍ଥି ବିସର୍ଜନ କରିପାରିବେ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା ।  ପୁରୀରେ ଶ୍ରାଦ୍ଧ ଓ ଅସ୍ଥି ବିସର୍ଜନ କାର୍ଯ୍ୟକୁ ମଧ୍ୟ ବାରଣ କରାଯାଇଥିଲା । ଜିଲ୍ଲା ଓ ରାଜ୍ୟ ବାହାରର କୌଣସି ବ୍ୟକ୍ତି ମହୋଦଧି ଓ ଶ୍ୱେତଗଙ୍ଗାରେ ଶ୍ରାଦ୍ଧ ଅସ୍ଥି ବିସର୍ଜନ କରିପାରିବେ ନାହିଁ ବୋଲି ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ସେତେବେଳ ସୂଚନା ଦେଇଥିଲେ ।

ସେପଟେ ଅଗଷ୍ଟ ୧୨ରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ପ୍ରଦାନ କରାଯାଇଛି । ପ୍ରଥମ ଦୁଇ ୨ ଦିନ ଧରି ସେବକ ପରିବାରକୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଅନୁମତି ଦିଆଯାଇଥିଲା । ସେମାନେ ଯେକୌଣସି ଦ୍ୱାର ଦେଇ ପରିଚୟପତ୍ର କିମ୍ବା ବୀମା କାର୍ଡ ଦେଖାଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ବୋଲି କୁହାଯାଇଥିଲା । ପୁରୀ ବାସିନ୍ଦାଙ୍କ ପାଇଁ ଆସନ୍ତା ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ଏବଂ ୨୩ରୁ ସର୍ବସାଧାରଣ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ୩ ମାସରୁ ଅଧିକ ସମୟର ବ୍ୟବଧାନ ପରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ପାଇଁ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ପରେ ଶ୍ରୀମନ୍ଦିର ପ୍ରଶାସନ ଏନେଇ ଏସଓପି ଜାରି କରିଥିଲା ।