• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ପ୍ରୋପଲସନ ମଡ୍ୟୁଲରୁ ସଫଳ ଭାବେ ବିଚ୍ଛିନ୍ନ ହେଲା ଚନ୍ଦ୍ରୟାନର ଲ୍ୟାଣ୍ଡର୍ । ଇସ୍ରୋ ପାଇଁ ଏହା ଏକ ଜଟିଳ ପ୍ରକ୍ରିୟା ରହିଥିଲା । ପ୍ରୋପଲସନ୍ ମଡ୍ୟୁଲରୁ ଚନ୍ଦ୍ରୟାନର ଲ୍ୟାଣ୍ଡର୍ ବିଚ୍ଛିନ୍ନ ହେଲା ପରେ ଏବେ ଲ୍ୟାଣ୍ଡିଂ ଉପରେ ରହିଛି ନଜର । ଲ୍ୟାଣ୍ଡର ନିଜେ ଚନ୍ଦ୍ରପୃଷ୍ଠରେ ଅବତରଣ ପାଇଁ ପ୍ରସ୍ତୁତି ଆରମ୍ଭ କରିବ ।

ସବୁକିଛି ଠିକ୍ ଚାଲିଲେ, ଅଗଷ୍ଟ ୨୩ ଆଡ଼କୁ ଏହା ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ଯୋଜନା ରହିଛି । ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରଯାନ-୩ର ଲ୍ୟାଣ୍ଡର୍ ସଫ୍ଟଲ୍ୟାଣ୍ଡିଂ କରିବ ଏବଂ ସେଥିରୁ ରୋଭର ବାହାରି ଚନ୍ଦ୍ରପୃଷ୍ଠରେ ୧୪ ଦିନ ବିଚରଣ କରିବ ବୋଲି ଯୋଜନା ରଖାଯାଇଛି ।...

୨୦୦୮ରେ ହୋଇଥିଲା ଭାରତର ପ୍ରଥମ ମୁନ୍ ମିଶନ ଚନ୍ଦ୍ରଯାନ-୧। ଏଥିରେ କେବଳ ଏକ ଅର୍ବିଟର ଚନ୍ଦ୍ର ନିକଟକୁ ଯାଇ ତା ଚାରିପଟେ ବୁଲିଥିଲା । ଏହାପରେ ୨୦୧୯ରେ ଆଂଶିକ ସଫଳ ହୋଇଥିଲା ଇସ୍ରୋର ଚନ୍ଦ୍ରଯାନ-୨ ମିଶନ୍। ଅର୍ବିଟର ଚନ୍ଦ୍ରର କକ୍ଷପଥରେ ସଫଳତାର ସହ ସ୍ଥାପିତ ହୋଇଥିଲେ ବି, ଲ୍ୟାଣ୍ଡର ବିକ୍ରମର ସଫ୍ଟଲ୍ୟାଣ୍ଡିଂ ସମ୍ଭବ ହୋଇପାରିନଥିଲା । ଏହି କ୍ରାଶ୍-ଲ୍ୟାଣ୍ଡିଂ ଯୋଗୁଁ ଅଧୁରା ରହିଯାଇଥିଲା ଚନ୍ଦ୍ରପୃଷ୍ଠରେ ରୋଭର୍ ଗଡ଼ାଇବା ସ୍ୱପ୍ନ ।