Advertisment

ଚନ୍ଦ୍ରପୃଷ୍ଠରେ କ’ଣ କରିବ ଚନ୍ଦ୍ରଯାନ ?

ଚନ୍ଦ୍ରର ଭୂଚଳନ, ଆଭ୍ୟନ୍ତରୀଣର ଗଠନ ସଂପର୍କରେ ତଥ୍ୟ ସଂଗ୍ରହ । ପ୍ଲାଜମାର ସାନ୍ଦ୍ରତା, ତାପମାତ୍ରା ମାପିବ ପ୍ରଜ୍ଞାନ ।

ଅଦ୍ୟତନ ହୋଇଛି
Chandrayaan 3 Moon Landing Live updates

Chandrayaan 3

Advertisment

ଆସନ୍ତାକାଲି ଭାରତ ପାଇଁ ଚନ୍ଦ୍ରୟାନ ମୁହୂର୍ତ୍ତ । ସାରା ଦେଶକୁ ଏବେ ଚନ୍ଦ୍ରୟାନ ଫିଭର୍। କାଲି ସନ୍ଧ୍ୟାରେ ଚନ୍ଦ୍ରର ଦକ୍ଷିଣମେରୁରେ ସଫ୍ଟଲ୍ୟାଣ୍ଡିଂ କରିବ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର। ଏଥିପାଇଁ ସାରା ଦେଶରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ଲ୍ୟାଣ୍ଡର ୩୦ କିଲୋମିଟର ଉଚ୍ଚତାରୁ ଅବତରଣ କରିବ । ଅବତରଣର ଦୁଇ ଘଣ୍ଟା ପୂର୍ବରୁ ଚନ୍ଦ୍ରର ସ୍ଥିତି ଅନୁଧ୍ୟାନ କରାଯିବ । ଯଦି ସେଥିରେ କିଛି ସମସ୍ୟା ଦେଖାଦିଏ ତେବେ ଚନ୍ଦ୍ରୟାନ- ତିନିର ଅବତରଣକୁ ସ୍ଥଗିତ କରାଯାଇପାରେ।

Advertisment

ଲ୍ୟାଣ୍ଡର ୩୦ କିଲୋମିଟର ଉଚ୍ଚତାରୁ ଅବତରଣ କରିବ

ଆସନ୍ତା ୨୭ ତାରିଖରେ ଚନ୍ଦ୍ରୟାନ -୩ର ଅବତରଣ କରାଯିବ ବୋଲି ଇସ୍ରୋର ସ୍ପେସ ଆପ୍ଲିକେସ ସେଣ୍ଟର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ଅବତରଣ ପ୍ରକ୍ରିୟା କାଲି ସନ୍ଧ୍ୟା ୫ଟା ୪୫ରେ ଆରମ୍ଭ ହେବ ଏବଂ ସନ୍ଧ୍ୟା ୬ଟା ୪ରେ ଏହା ଚନ୍ଦ୍ରପୃଷ୍ଠକୁ ଛୁଇଁବ। ଅର୍ଥାତ୍ ୧ ହଜାର ୭୫୨ କିଲୋଗ୍ରାମ ଓଜନର ଲ୍ୟାଣ୍ଡର୍ ମାତ୍ର ୧୯ ମିନିଟ୍ ଭିତରେ ୨୫ କିଲୋମିଟର ଉଚ୍ଚତାରୁ ଖସି ଚନ୍ଦ୍ରପୃଷ୍ଠରେ ସୁରକ୍ଷିତ ଭାବେ ଓହ୍ଲାଇବାକୁ ଚେଷ୍ଟା କରିବ। ଏହି ସମୟରେ ଚନ୍ଦ୍ରୟାନ ୩ର ବେଗ ସେକେଣ୍ଡ ପ୍ରତି ୧.୬୮ କିଲୋମିଟର ରହିବ ।

ଅଧିକ ପଢ଼ନ୍ତୁ: ଚନ୍ଦ୍ର ପରେ ଏବେ ମିଶନ ସୂର୍ଯ୍ୟ; ଇସ୍ରୋ ଲଞ୍ଚ କରିବ ଆଦିତ୍ୟ-L1

ଭାରତ ପାଖରେ ବଡ଼ ସୁଯୋଗ

 ନିଜର ବେଗ କମ୍ କରିବ, ଲ୍ୟାଣ୍ଡିଂ ପାଇଁ ଉପଯୁକ୍ତ ସ୍ଥାନ ଖୋଜିବ ଏବଂ ସୁରକ୍ଷିତ ଭାବେ ସଫ୍ଟଲ୍ୟାଣ୍ଡିଂ କରିବ । ଚନ୍ଦ୍ରୟାନ-୨ ତୁଳନାରେ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡରକୁ ଅଧିକ ମଜବୁତ ଓ ଉନ୍ନତ କରାଯାଇଛି । ଏହା ସବୁପ୍ରକାର ସମ୍ଭାବ୍ୟ ତ୍ରୁଟିର ତତ୍କାଳ ସମାଧାନ ପାଇଁ ନିଜେ ହିଁ ସକ୍ଷମ । କେବଳ ଏତିକି ନୁହେଁ, ଲ୍ୟାଣ୍ଡର ପାଇଁ ଏଥର ପୂର୍ବାପେକ୍ଷା ବଡ଼ ଆକାରର ଲ୍ୟାଣ୍ଡିଂ ସାଇଟ୍ ଧାର୍ଯ୍ୟ କରାଯାଇଛି। ଏହାର ଦୈର୍ଘ୍ୟ ୪ କିଲୋମିଟର ଏବଂ ପ୍ରସ୍ଥ ୨.୪ କିଲୋମିଟର । ସଫ୍ଟଲ୍ୟାଣ୍ଡିଂ ସଫଳ ହେଲେ ଲ୍ୟାଣ୍ଡର୍ ଭିତରୁ ରୋଭରକୁ ବାହାର କରିବା ଏବଂ ସୁରକ୍ଷିତ ଭାବେ ଆଗାମୀ ୧୪ ଦିନ ପାଇଁ ଚନ୍ଦ୍ରପୃଷ୍ଠରେ ଗଡ଼ାଇ ବୈଜ୍ଞାନିକ ତଥ୍ୟ ହାସଲ କରିବା ବି ଇସ୍ରୋ ବୈଜ୍ଞାନିକଙ୍କ ପାଇଁ ସମ୍ପୂର୍ଣ୍ଣ ନୂଆ ଅଭିଜ୍ଞତା ଆଣିବ। ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟଲ୍ୟାଣ୍ଡିଂ କରିବାରେ ପ୍ରଥମ ଦେଶର ମାନ୍ୟତା ହାସଲ ପାଇଁ ଭାରତ ପାଖରେ ବଡ଼ ସୁଯୋଗ ରହିଛି।...

Advertisment

ଚନ୍ଦ୍ରଯାନ ୩ ଅଭିଯାନର ମୁଖ୍ୟତଃ ୩ଟି ଲକ୍ଷ୍ୟ 

ତେବେ ଚନ୍ଦ୍ରଯାନ ୩ ଅଭିଯାନର ମୁଖ୍ୟତଃ ୩ଟି ଲକ୍ଷ୍ୟ ଅଛି। ପ୍ରଥମ ହେଲା ସୁରକ୍ଷିତ ଭାବେ ଚନ୍ଦ୍ରପୃଷ୍ଠରେ ଲାଣ୍ଡର୍ ବିକ୍ରମର ଅବତରଣ, ଆବୁଡ଼ା ଖାବୁଡ଼ା ଓ ଗର୍ତ୍ତ ଥିବା ଚନ୍ଦ୍ରପୃଷ୍ଠରେ ରୋଭରର ବିଚରଣ ଓ ବିକ୍ରମ ଦ୍ୱାରା ବିଭିନ୍ନ ପରୀକ୍ଷା ନିରୀକ୍ଷା । ଆମେରିକା, ରୁଷିଆ, ଚୀନ ଆଗରୁ ନିଜର ମହାକାଶଯାନକୁ ଚନ୍ଦ୍ରପୃଷ୍ଠରେ ଓହ୍ଲାଇଥିଲେ ମଧ୍ୟ କେହି ଦକ୍ଷିଣ ମେରୁରେ ଅବତରଣ କରିପାରି ନାହାନ୍ତି। ଯଦି ଇସ୍ରୋର ଅଭିଯାନ ସଫଳ ହେବ, ଏହା ଇତିହାସ ସୃଷ୍ଟି କରିବ।

ଚନ୍ଦ୍ରର ବାୟୁମଣ୍ଡଳର ଉପାଦାନ ଖୋଜିବ

ଚନ୍ଦ୍ରପୃଷ୍ଠରେ ବଡ଼ ବଡ଼ ଗର୍ତ୍ତ ଅଛି। ଏହାର ଅର୍ଥ ସେଠାରେ ପାଣି ଥାଇପାରେ। ତେଣୁ ବିକ୍ରମର ଏକ ମୁଖ୍ୟ କାମ ହେଲା ସେଠାରେ ପାଣିର ସନ୍ଧାନ କରିବା। ଯଦି ପାଣି ଥାଏ, ଏହାର ଅର୍ଥ ଜୀବନର ସତ୍ତା ସେଠାରେ ଥାଇପାରେ। ଏହା ସହିତ ପାଣି ରହିଛି ମାନେ ହାଇଡ୍ରୋଜେନ ଓ ଅକ୍ସିଜେନ ଅଛି। ଏହାକୁ ନେଇ ଅନେକ ବୈଜ୍ଞାନିକ ଗବେଷଣା କରାଯାଇପାରେ।

Advertisment

ଅଧିକ ପଢ଼ନ୍ତୁ: ଚନ୍ଦ୍ରଯାନ- ୩ ନଜରରେ ଦେଖନ୍ତୁ ଚନ୍ଦ୍ର, ISRO ଦେଲା ବଡ଼ ଅପଡେଟ୍

ଚନ୍ଦ୍ରପୃଷ୍ଠର ପ୍ଲାଜମାର ସାନ୍ଦ୍ରତା ମଧ୍ୟ ମାପିବ

ଚନ୍ଦ୍ରପୃଷ୍ଠରେ ବିକ୍ରମ ଅବତରଣ କରିବା ପରେ ପରେ ରୋଭର ପ୍ରଜ୍ଞାନ୍ ଏହା ଭିତରୁ ବାହାରକୁ ବାହାରିବ। ଏହା ଚାଲିବା ସମୟରେ ଭାରତର ଜାତୀୟ ପତାକା ତ୍ରିରଙ୍ଗା ଓ ଇସ୍ରୋର ଲୋଗୋର ଛାପ ଛାଡ଼ିବ। ଚନ୍ଦ୍ରର ବାୟୁମଣ୍ଡଳରେ କଣ କଣ ଉପାଦାନ ଅଛି, ତାର ତଥ୍ୟ ସଂଗ୍ରହ କରିବ ବିକ୍ରମର ପ୍ଲେଲୋଡ୍। ଏହା ସହିତ ଚନ୍ଦ୍ରପୃଷ୍ଠର ପ୍ଲାଜମାର ସାନ୍ଦ୍ରତା ମଧ୍ୟ ମାପିବ ।

୧୪ ଦିନ ଧରି ଚନ୍ଦ୍ରପୃଷ୍ଠରେ ବିଚରଣ କରିବ ବିକ୍ରମ

ଚନ୍ଦ୍ରପୃଷ୍ଠର ତାପମାତ୍ରା ସଂପର୍କିତ ତଥ୍ୟ ସଂଗ୍ରହ ମଧ୍ୟ କରିବ । ଏସବୁ ସହିତ ଭୂଚଳନ, ଚନ୍ଦ୍ରର ଆଭ୍ୟନ୍ତରୀଣର ଗଠନ କେମିତି ହୋଇଛି, ତାହା ମଧ୍ୟ ଗବେଷଣା କରି ଜଣାଇବ ଲ୍ୟାଣ୍ଡର। ପ୍ରାୟ ୧୪ ଦିନ ଧରି ଚନ୍ଦ୍ରପୃଷ୍ଠରେ ବିଚରଣ କରିବ ବିକ୍ରମ। ପୃଥିବୀର ୧୪ ଦିନ ହେଉଛି ଚନ୍ଦ୍ରପୃଷ୍ଠର ଗୋଟିଏ ଦିନ। ରୋଭର୍ ପ୍ରଜ୍ଞାନ କେବଳ ଲାଣ୍ଡର ବିକ୍ରମ ସହିତ ହିଁ ଯୋଗାଯୋଗ କରିପାରିବ। ଆଗରୁ ଯାଇଥିବା ଚନ୍ଦ୍ରଯାନ ଟୁ ଜରୁରୀ ସମୟରେ ଇସ୍ରୋ ସହିତ ଯୋଗାଯୋଗ କରିପାରିବ। ...

ISRO Chandrayaan-3
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ