• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sangram Keshori Behera

ଆଜି ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । SSLV-D3 ରକେଟରେ ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08 । ଶ୍ରୀହରିକୋଟାରୁ ସକାଳ ୮ଟା ୫୦ରେ ଏହି ଲଞ୍ଚ ହେବ । ତୃତୀୟ ତଥା 
ଚୂଡ଼ାନ୍ତ ଉଡ଼ାଣ ପାଇଁ ଲଞ୍ଚପ୍ୟାଡରେ ପ୍ରସ୍ତୁତ ଅଛି ସ୍ମଲ୍ ସାଟେଲାଇଟ୍ ଲଞ୍ଚ ଭେହିକିଲ୍ ବା SSLV ।

ଏହା ଫଳରେ SSLV ଡେଭଲପମେଣ୍ଟ ପ୍ରୋଜେକ୍ଟ ସଂପୂର୍ଣ୍ଣ ହେବ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ଏହାକୁ ଭାରତୀୟ ଇଣ୍ଡଷ୍ଟ୍ରି ଓ NSIL ଦ୍ୱାରା ବ୍ୟବହାର କରାଯିବ ।  EOS-08 ଏକ ଅପେକ୍ଷାକୃତ କ୍ଷୁଦ୍ର ଆକୃତିର ସାଟେଲାଇଟ୍ । ଏହାର ଓଜନ ୧୭୫.୫ କିଲୋଗ୍ରାମ ଏବଂ ଏହାକୁ ଭୂପୃଷ୍ଠରୁ ୪୭୫ କିଲୋମିଟର ଉଚ୍ଚତାରେ ଅବସ୍ଥାପିତ କରିବ ଇସ୍ରୋ ।

ଏଥିରେ ଥିବା ୩ଟି ପେଲୋଡ୍ ଦିନରାତି ପରିବେଶ ନରୀକ୍ଷଣ, ପାଣିପାଗ ପୂର୍ବାନୁମାନ, ବିପର୍ଯ୍ୟୟ ପରିଚାଳନା ଏବଂ ଗଗନଯାନ ମିଶନରେ ସହାୟକ ହେବ । 

OTV is now on Whatsapp

Join and get latest news update delivered to you via whatsapp

Join Now