ଅନ୍ତର୍ଜାତୀୟ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀ ଓ ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା। ନବୀନ ନିବାସ ଠାରେ ଦୁଇ ଓଡିଆ ଅନ୍ତର୍ଜାତୀୟ କ୍ରୀଡା ତାରକା ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ସହିତ ସମ୍ବର୍ଦ୍ଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୨ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିବା ବେଳେ ପାରା ଆଥଲେଟ୍ ଜୟନ୍ତୀ ବେହେରାଙ୍କୁ ୧୫ ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ।
ଏହି ଦୁଇ ବାଳିକା କ୍ରୀଡାବିତ୍କୁ ସେମାନଙ୍କର ସଫଳତା ପାଇଁ ଉଚ୍ଚ ପ୍ରଶଂସା କରିଥିଲେ ନବୀନ। ସାରା ବିଶ୍ୱରେ ସେମାନେ ଓଡ଼ିଶା ପାଇଁ ସୁନାମ ଆଣିଥିବାରୁ ଶ୍ରୀୟଙ୍କା ଓ ଜୟନ୍ତୀ ଓଡ଼ିଶାର ଗୌରବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ।
CM @Naveen_Odisha felicitated para-athlete Jayanti Behera for her outstanding achievement at World Para Athletics 2022 Grand Prix & shooter Shriyanka Sadangi for her impressive performance at ISSF World Cup. CM awarded prize money of ₹15 lakh to Jayanti & ₹2 lakh to Shriyanka. pic.twitter.com/6iY1rzka6o
— CMO Odisha (@CMO_Odisha) March 26, 2022
ଶ୍ରୀୟଙ୍କା ନିକଟରେ କାଇରୋ ଠାରେ ଅନୁଷ୍ଠିତ ISSF ବିଶ୍ୱକପ୍ ସୁଟିଂ ପ୍ରତିଯୋଗିତାରେ ୫୦ ମିଟର ରାଇଫଲ ୩ ପୋଜିସନ୍ରେ ବ୍ରୋଞ୍ଜ ମେଡାଲ ପାଇଛନ୍ତି। ସେହିପରି ଜୟନ୍ତୀ ବେହେରା ଦୁବାଇ ଠାରେ ଅନୁଷ୍ଠିତ ବିଶ୍ୱ ପାରା ଆଥଲେଟିକ୍ସ ପ୍ରତିଯୋଗିତାରେ ୩ଟି ମେଡାଲ ହାସଲ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି. କେ. ପାଣ୍ଡିଆନ ଓ କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ।