ଆଥଲେଟ୍ ଦୂତିଙ୍କୁ ହୋଇଥିଲା କ୍ୟାନସର

ଲେଭଲ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତି ଚାନ୍ଦ । ଏଥିପାଇଁ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିଥିଲେ ।

Dutee Chand

ଆନ୍ତର୍ଜାତିକ ଆଥଲେଟ୍ ଦୂତି ଚାନ୍ଦ ଲେଭଲ ୱାନ୍ କ୍ୟାନସରରେ ପୀଡିତ ଥିଲେ। ଏନେଇ ସେ ନିଜେ ସୂଚନା ଦେଇଛନ୍ତି । ଏଥିପାଇଁ ସେ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଔଷଧ ସେବନ କରିଥିଲେ ।

ଔଷଧ ସେବନ ପରେ ଯନ୍ତ୍ରଣା ଉପଶମ ହେବା ସହ କ୍ୟାନସର ଭଲ ହୋଇଯିବ ବୋଲି ଡାକ୍ତର କହିଥିଲେ । କିନ୍ତୁ ସେହି ଔଷଧରେ ନିଷିଦ୍ଧ ସାମଗ୍ରୀ ଥିବା ତାଙ୍କୁ ଜଣା ନଥିଲା ବୋଲି ଡୋପ୍ ଟେଷ୍ଟରେ ବିଫଳ ହୋଇଥିବା ଆଥଲେଟ୍ ଦୂତି ଚାନ୍ଦ କହିଛନ୍ତି । ଏଥିପାଇଁ ତାଙ୍କୁ ୪ବର୍ଷ ପାଇଁ ବ୍ୟାନ କରାଯାଇଛି ।

ସେ କୌଣସି ଜାତୀୟ, ଅନ୍ତର୍ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେ ନାହିଁ । ସିଲେକଟିଭ୍ ଆଣ୍ଡ୍ରୋଜେନ୍ ରିସେପଟିଭ୍ ମୋଡ୍ୟୁଲେଟର୍ସ SRMS ଟେଷ୍ଟରେ ଫେଲ ମାରିଛନ୍ତି ଦୂତି ଚାନ୍ଦ। ନାସନାଲ ଆଣ୍ଟି ଡୋପିଂ ଏଜେନ୍ସି NADA ଦ୍ବାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୂନାରେ ମିଳିଥିଲା ।

 

ଡିସେମ୍ବର ୫ ୨୦୨୨ରେ ଦୂତୀଙ୍କ ନମୂନା ସଂଗ୍ରହ କରାଯାଇଥିବାରୁ ଏହା ପରେ ଦୂତି କ୍ରୀଡ଼ାରେ ହାସଲ କରିଥିବା ସମସ୍ତ ରେକର୍ଡ, ମେଡାଲ, ପୁରସ୍କାର ଏବଂ ପଏଣ୍ଟସକୁ ଖାରଜ କରିଛନ୍ତି ନାଡା। ୩ ଜାନୁଆରୀ ୨୦୨୩ଠାରୁ ଦୂତିଙ୍କ ଉପରେ ଏହି କଟକଣା ଲାଗୁ କରାଯାଇଛି।