Advertisment

ଆଜି ଭୁବନେଶ୍ୱରରେ ପହଞ୍ଚିବେ ଭାରତୀୟ କ୍ରିକେଟ୍ ଟିମ୍

କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଅଦ୍ୟତନ ହୋଇଛି
IND vs SA match at Barabati

IND vs SA match at Barabati

Advertisment

ଆଉ ଦିନକ ପରେ ଅର୍ଥାତ୍ ୧୨ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ମ୍ୟାଚ। ଏଥିପାଇଁ ଆଜି ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ଦଳର ଖେଳାଳି। ଆଜି ଦିନ ଗୋଟାଏରେ ଦୁଇ ଦଳର ଖେଳାଳି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ଖେଳାଳିଙ୍କୁ କଡ଼ା ସୁରକ୍ଷା ଭିତରେ ହୋଟେଲକୁ ପାଛୋଟି ନିଆଯିବ।

Advertisment

ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଖେଳାଳିଙ୍କ ସୁରକ୍ଷା ଲାଗି ହୋଟେଲରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସାଙ୍ଗକୁ କେବଳ ଭୁବନେଶ୍ୱରରେ ୨୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। କ୍ରିକେଟରମାନେ ପ୍ରାକ୍ଟିସ ପାଇଁ କଟକ ଯିବାକୁ ଥିବାରୁ ସେମାନଙ୍କ ଯାତାୟତ ଲାଗି ସ୍ବତନ୍ତ୍ର ଓ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। 

Advertisment
Cricket Ind Vs SA
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ