Advertisment

ଆଜିଠୁ ପ୍ୟାରିସରେ ପାରାଲିମ୍ପିକ୍ସ; ୧୨ଟି କ୍ରୀଡ଼ାରେ ଭାଗନେବେ ୮୪ ଭାରତୀୟ ଖେଳାଳି...

ସାରା ବିଶ୍ବର ୪୪୦୦ ଭିନ୍ନକ୍ଷମ ଖେଳାଳିଙ୍କୁ ନେଇ ପ୍ୟାରିସରେ ଆରମ୍ଭ ହେବ ପାରାଲିମ୍ପିକ୍ସର ସପ୍ତଦଶ ସଂସ୍କରଣ। ୨୨ କ୍ରୀଡ଼ାର ୫୪୯ ଇଭେଣ୍ଟରେ ପ୍ରତିଦ୍ବନ୍ଦ୍ବିତା ହେବ।

ଅଦ୍ୟତନ ହୋଇଛି
Paris Paralympics 2024 Starts From Today

Paralympics 2024

Advertisment

ଆଜିଠୁ ପାରାଲିମ୍ପିକ୍ସ । ସାରା ବିଶ୍ବର ୪୪୦୦ ଭିନ୍ନକ୍ଷମ ଖେଳାଳିଙ୍କୁ ନେଇ ପ୍ୟାରିସରେ ଆରମ୍ଭ ହେବ ପାରାଲିମ୍ପିକ୍ସର ସପ୍ତଦଶ ସଂସ୍କରଣ। ୨୨ କ୍ରୀଡ଼ାର ୫୪୯ ଇଭେଣ୍ଟରେ ପ୍ରତିଦ୍ବନ୍ଦ୍ବିତା ହେବ। ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ୧୨ ଦିନ ଧରି ଭିନ୍ନକ୍ଷମ କ୍ରୀଡ଼ାରେ ଉତ୍କର୍ଷ ଲାଭ କରିଥିବା ଖେଳାଳି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରିବେ।

Advertisment

ଅଧିକ ପଢ଼ନ୍ତୁ: ସସ୍‌ପେଣ୍ଡ ହେବାପରେ କ'ଣ କହିଲେ ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ

ଭାରତୀୟ ଭିନ୍ନକ୍ଷମ କ୍ରୀଡ଼ା ଇତିହାସର ସର୍ବବୃହତ୍ ୮୪ ଜଣିଆ ଦଳ ଏଥିରେ ଅଂଶଗ୍ରହଣ କରିଛନ୍ତି। ଏଥର ଭାରତୀୟ ପ୍ରତିଯୋଗୀମାନେ ୩ଟି ଅଧିକ ଅର୍ଥାତ୍ ୧୨ଟି କ୍ରୀଡ଼ାରେ ଭାଗନେବେ । ସୁଟର ମନୀଷ ନରୱାଲ୍, ସଟଲର୍ କ୍ରୀଷ୍ଣା ନାଗର, ଧାବିକା ଦୀପ୍ତି ଜୀବନଜୀ, ବ୍ୟାଡମିଣ୍ଟନ୍ ତାରକା ସୁହାସ ୟତିରାଜ, ତୀରନ୍ଦାଜ ଶୀତଲ ଓ ହରବିନ୍ଦର ସିଂହ ପ୍ରମୁଖ ସ୍ବର୍ଣ୍ଣ ଦୌଡ଼ରେ ରହିବେ। 

Advertisment

ଏଥରର ପାରାଲିମ୍ପିକ୍ସରେ ଜଣେ ହେଲେ ବି ଓଡ଼ିଆ ଖେଳାଳିଙ୍କୁ ଦେଖିବାକୁ ମିଳିବ ନାହିଁ। ଗତ ସଂସ୍କରଣରେ ଭାରତ ୫ ସ୍ବର୍ଣ୍ଣ ସହ ରେକର୍ଡ ୧୯ ପଦକ ଜିତି ୨୪ ତମ ସ୍ଥାନରେ ରହିଥିଲା। ଏଥର ଭାରତ ଅଧିକ ପଦକ ଜିତିବାର ଆଶା ରହିଛି।

ପାରା ବ୍ୟାଡମିଣ୍ଟନ୍ ତାରକା ପ୍ରମୋଦ ଭଗତ ନିଜ ବର୍ଗରେ ସ୍ବର୍ଣ୍ଣ ଜିତିବାର ଯଥେଷ୍ଟ ସମ୍ଭାବନା ଥିଲେ ମଧ୍ୟ ୱାଡା ନିୟମ ଉଲ୍ଲଂଘନ କରି ବିଶ୍ବ ବ୍ୟାଡମିଣ୍ଟନ୍ ମହାସଂଘ ଦ୍ବାରା ନିଲମ୍ବିତ ହେବା ପରେ ପ୍ୟାରିସ୍ ପାରାଲିମ୍ପିକ୍ସ ଖେଳିବାରୁ ବଞ୍ଚିତ ହୋଇଛନ୍ତି।

Advertisment

ଅଧିକ ପଢ଼ନ୍ତୁ: ଅଲିମ୍ପିକ୍ସରେ ଜ୍ୱାଇଁ ଜିତିଲେ ଗୋଲ୍ଡ ମେଡାଲ, ମଇଁଷି ଗିଫ୍ଟ ଦେଲେ ଶ୍ୱଶୁର

Paralympics
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ