Advertisment

ଅକ୍ଟୋବର ୨୩ରେ ଭାରତ-ପାକିସ୍ତାନ ମୁକାବିଲା

ଅଷ୍ଟ୍ରେଲିଆରେ ହେବାକୁ ଥିବା ଏହି ବିଶ୍ୱକପ୍ ୧୬ ଅକ୍ଟୋବରରୁ ୧୩ ନଭେମ୍ବର ପର୍ଯ୍ୟନ୍ତ ଚାଲିବ।

Ind VS Pak

Ind VS Pak

Advertisment

ନୂଆଦିଲ୍ଲୀ: ୨୦୨୨ ଟି ଟ୍ୱେଣ୍ଟି ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ଗୋଟିଏ ଗ୍ରୁପରେ ସ୍ଥାନ ପାଇଛନ୍ତି। ପୁଣି ପାକିସ୍ତାନ ବିପକ୍ଷ ମ୍ୟାଚରୁ ଆରମ୍ଭ ହେବ। ଭାରତର ବିଶ୍ୱକପ୍ ଅଭିଯାନ ଅକ୍ଟୋବର ୨୩ରେ ଭାରତ- ପାକିସ୍ତାନ ଟି-୨୦ ମୁକାବିଲା ହେବ। ମେଲବର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ଏହି ମ୍ୟାଚ୍ ଖେଳାଯିବ। ଭାରତ, ପାକିସ୍ତାନ ସହ ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶ ଗୋଟିଏ ଗ୍ରୁପରେ ସ୍ଥାନ ପାଇଛନ୍ତି।

Advertisment

ଅଷ୍ଟ୍ରେଲିଆରେ ହେବାକୁ ଥିବା ଏହି ବିଶ୍ୱକପ୍ ୧୬ ଅକ୍ଟୋବରରୁ ୧୩ ନଭେମ୍ବର ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ୧୬ଟି ଟିମ୍ ଭାଗ ନେବେ। ଗ୍ରୁପ୍ ୧ରେ ଇଂଲଣ୍ଡ, ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ ଓ ଆଫଗାନିସ୍ତାନ ସ୍ଥାନ ପାଇଛନ୍ତି। ଗ୍ରୁପ୍ ୨ରେ ଭାରତ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶ ଟିମ୍ ରହିଛନ୍ତି। ବିଶ୍ୱକପରେ ଖେଳିବାକୁ ଥିବା ଅନ୍ୟ ଦେଶ ଗୁଡିକ ଯୋଗ୍ୟତା ପର୍ଯ୍ୟାୟରୁ ଉନ୍ନୀତ ହେବେ।

Advertisment
ICC Indian Cricket Team T 20 World Cup
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ