/odishatv-khabar/media/post_attachments/uploadimage/library/16_9/16_9_0/s_1697600000.jpg)
Odisha CM Felicitates Javelin Thrower Kishore Jena With Rs 1.5 Crore Cheque
ଏସିଆନ ଗେମ୍ସ ଜାଭେଲିନ୍ ଥ୍ରୋ ରୌପ୍ୟ ପଦକ ବିଜେତା ଓଡ଼ିଆ ଆଥଲେଟ୍ କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ପ୍ରଦାନ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି ।
କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି । ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
CM @Naveen_Odisha felicitated #Odisha’s Javelin star, Kishore Kumar Jena with a cash award of ₹1.5 Cr for his stellar performance in the recently concluded #AsianGames in Hangzhou. Kishore bagged a Silver medal & sealed his berth in the upcoming #ParisOlympics 2024 bringing… pic.twitter.com/x5qd8WwTjY
— CMO Odisha (@CMO_Odisha) October 17, 2023
ନିକଟରେ ଚାଇନାର ହାଙ୍ଗଝୌରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ହାସଲ ସହ ୨୦୨୪ ପ୍ୟାରିସ୍ ଅଲିମ୍ପିକ୍ସରେ ନିଜର ସ୍ଥାନ ସୁନିଶ୍ଚିତ କରିଛନ୍ତି କିଶୋର । ତେଣୁ ଅଲିମ୍ପିକ୍ସ ଯୋଗ୍ୟତା ପାଇଁ ଅଭିନନ୍ଦନ ଜଣାଇବା ସହ ସମସ୍ତ ସହଯୋଗ ଯୋଗାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋରଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ I
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)