/odishatv-khabar/media/post_attachments/uploadimage/library/16_9/16_9_0/IMAGE_1693215090.jpg)
javelin star Kishore Jena
କ୍ରୀଡାବିତ୍ କିଶୋର ଜେନାଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର । ଜାଭଲିନ୍ ଥ୍ରୋୟର କିଶୋର ଜେନାଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ପୁରସ୍କାର ଘୋଷଣା ହୋଇଛି । ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍ରେ ଚମତ୍କାରିତା ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ । ୮୪.୭୭ ମିଟର ଜାଭଲିନ ପିଙ୍ଗି ପଞ୍ଚମ ସ୍ଥାନ ଅଧିକାର କରିଛନ୍ତି କିଶୋର ।
ସେପଟେ ଭାରତୀୟ କ୍ରୀଡାରେ ଯୋଡି ହୋଇଛି ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ୱାର୍ଲଡ ଆଥଲେଟିକ୍ସ ଚାମ୍ପିଅନସିପର ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ। ଆଉ ଦେଶ ପାଇଁ ଏହି ଗୋଲ୍ଡ ମେଡାଲ ଜିତିଛନ୍ତି ଗୋଲଡେନ୍ ବୟ ନୀରଜ ଚୋପ୍ରା। ବୁଦାପେଷ୍ଟରେ ଅନୁଷ୍ଠିତ ପୁରୁଷ ଜାଭଲିନ୍ ଥ୍ରୋ ଫାଇନାଲରେ ଏହି ଐତିହାସିକ ସଫଳତା ପାଇଛନ୍ତି ନୀରଜ । ପ୍ରଥମ ଥ୍ରୋ ଫାଉଲରୁ ଆରମ୍ଭ କରିଥିଲେ ବି ଦ୍ୱିତୀୟ ପ୍ରୟାସରେ ୮୮.୧୭ ମିଟର ଫୋପାଡି ସ୍ୱର୍ଣ୍ଣ ପଦକ ପାଇଁ ଦାବିଦାର ହୋଇଥିଲେ ନୀରଜ ।
ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିଥି ପ୍ରଥମ ଭାରତୀୟ ଭାବେ ନୀରଜ ଏହି ବିରଳ ସଫଳତାର ଅଧିକାରୀ ହୋଇପାରିଛନ୍ତି । ପୂର୍ବରୁ ଟୋକିଓ ଅଲିମ୍ପିକ୍ସରେ ଦେଶ ପାଇଁ ଗୋଲ୍ଡ ମେଡାଲ ଜିତିଥିଲେ ନୀରଜ । ଏବେ ନୀରଜଙ୍କ ସ୍ୱର୍ଣ୍ଣିମ ସଫଳତାରେ ସାରା ଦେଶ ଉତ୍ସବମୁଖର ହୋଇଯାଇଛି । କ୍ରୀଡାପ୍ରେମୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)