Advertisment

ବିନା ଦର୍ଶକରେ ଭୁବନେଶ୍ୱରରେ ହେବ ଜୁନିୟର ହକି ବିଶ୍ୱକପ୍ ମ୍ୟାଚ୍‌

ବିନା ଦର୍ଶକରେ ହେବ ପୁରୁଷ ଜୁନିୟର ହକି ବିଶ୍ୱକପ୍। ନଭେମ୍ବର ୨୪ ତାରିଖରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଏହି ବିଶ୍ୱକପ୍ ବିନା ଦର୍ଶକରେ ଖେଳା ଯିବାକୁ ନିଷ୍ପତ୍ତି ନିଆଯାଇଛି।

ଅଦ୍ୟତନ ହୋଇଛି
Kalinga Stadium

Kalinga Stadium

Advertisment

ଭୁବନେଶ୍ୱର: ବିନା ଦର୍ଶକରେ ହେବ ପୁରୁଷ ଜୁନିୟର ହକି ବିଶ୍ୱକପ୍। ନଭେମ୍ବର ୨୪ ତାରିଖରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଥିବା ଏହି ବିଶ୍ୱକପ୍ ବିନା ଦର୍ଶକରେ ଖେଳା ଯିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ହକି ଇଣ୍ଡିଆ ଓ ଅନ୍ତର୍ଜାତୀୟ ହକି ଫେଡେରେସନ୍ (ଏଫଆଇଏଚ୍) ମିଳିତ ଭାବେ ନିଷ୍ପତ୍ତି ନେଇଛନ୍ତି। ଖେଳାଳିଙ୍କ ସୁରକ୍ଷା ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି।

Advertisment

ହକିପ୍ରେମୀ ଟେଲିଭିଜନ ଜରିଆରେ ମ୍ୟାଚ୍‌ର ସିଧା ପ୍ରସାରଣ ଦେଖିପାରିବେ। ନଭେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ପୁରୁଷ ଜୁନିୟର ହକି ବିଶ୍ୱକପ୍ ଡିସେମ୍ବର ୫ରେ ସରିବ। ଏଥର ଜୁନିୟର ହକି ବିଶ୍ୱକପ୍‌ରେ ମୋଟ ୧୬ଟି ଟିମ୍‌ ଭାଗ ନେବେ। ଭାଗ ନେଉଥିବା ଟିମ୍ ଗୁଡ଼ିକ ହେଲେ- ଆୟୋଜକ ଭାରତ, ଆର୍ଜେଣ୍ଟିନା, ବେଲଜିୟମ, କାନାଡା, ଚିଲି, ଇଜିପ୍ଟ, ଫ୍ରାନ୍ସ, ଜର୍ମାନୀ, କୋରିଆ, ମାଲେସିୟା, ପାକିସ୍ତାନ, ପୋଲାଣ୍ଡ, ଦକ୍ଷିଣ ଆଫ୍ରିକା, ସ୍ପେନ୍, ନେଦରଲ୍ୟାଣ୍ଡସ୍ ଓ ଆମେରିକା।

Advertisment

ପ୍ରଥମ ୫ ଦିନ ପୁଲ୍ ଷ୍ଟେଜ୍ ମ୍ୟାଚ୍ ଖେଳାଯିବ। ଏହାପରେ  ନଭେମ୍ବର ୩୦ରୁ ଅନ୍ୟ ମ୍ୟାଚ୍ ହେବ। ଡିସେମ୍ବର ୧ ତାରିଖରେ କ୍ୱାର୍ଟର ଫାଇନାଲ, ଡିସେମ୍ବର ୩ରେ ସେମି ଫାଇନାଲ ଏବଂ ଡିସେମ୍ବର ୫ ତାରିଖରେ ଫାଇନାଲ୍ ମ୍ୟାଚ୍ ଅନୁଷ୍ଠିତ ହେବ।

ଓଡ଼ିଶାରେ ଜୁନିୟର ପୁରୁଷ ହକି ବିଶ୍ୱକପ୍ ଆୟୋଜନ କରିବା ନେଇ ଅନ୍ତର୍ଜାତୀୟ ହକି ଫେଡେରେସନ୍ (ଏଫଆଇଏଚ୍) ଓଡ଼ିଶା ସରକାରଙ୍କ ସହ ଆଲୋଚନା କରିଥିଲା। ଡିସେମ୍ବର ୫ରୁ ୧୬ ତାରିଖ ଯାଏ ଜୁନିୟର ମହିଳା ହକି ବିଶ୍ୱକପ୍‌ ଖେଳା ଯିବ। ତେବେ ଜୁନିୟର ହକି ବିଶ୍ୱକପ୍ ପାଇଁ ଏଯାଏ ଭେନ୍ୟୁ ସ୍ଥିର ହୋଇନାହିଁ। 

Advertisment
Bhubaneswar Kalinga Stadium Hockey World Cup
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ