Advertisment

ଓଡ଼ିଶାରେ ହେବ ଜୁନିୟର ହକି ବିଶ୍ୱକପ୍‌

ଓଡ଼ିଶାରେ ହେବ ଆଉ ଏକ ବିଶ୍ୱକପ୍ । ହକିରେ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଏହି ଷ୍ଟାଡିୟମରେ ଆୟୋଜିତ ହେବ ଜୁନିୟର ହକି ବିଶ୍ୱକପ୍ । ଏଫ୍‌ଆଇଏଚ୍ ଓ ହକି ଇଣ୍ଡିଆର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।

CM Naveen Patnaik

CM Naveen Patnaik

Advertisment

ଭୁବନେଶ୍ୱର: ଓଡ଼ିଶାରେ ହେବ ଆଉ ଏକ ବିଶ୍ୱକପ୍ । ହକିରେ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଏହି ଷ୍ଟାଡିୟମରେ ଆୟୋଜିତ ହେବ ଜୁନିୟର ହକି ବିଶ୍ୱକପ୍ । ଏଫ୍‌ଆଇଏଚ୍ ଓ ହକି ଇଣ୍ଡିଆର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଏହି ଅବସରରେ ଜୁନିୟର ବିଶ୍ୱକପ୍ ହକିର ଲୋଗୋ ଓ ଟ୍ରଫି ଉନ୍ମୋଚିତ ହୋଇଛି । ତା’ସହିତ ଆରମ୍ଭ ହୋଇଛି କାଉଣ୍ଟ ଡାଉନ୍ । ଆସନ୍ତା ନଭେମ୍ବର ୨୪ ତାରିଖରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୁନିୟର ହକି ବିଶ୍ୱକପ୍ ଖେଳାଯିବ । ଏଥିରେ ୧୪ଟି ଟିମ୍ ଭାଗ ନେବେ । ଏଥର ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଏହି ଟୁର୍ଣ୍ଣାମେଣ୍ଟରୁ ଓହରି ଯାଇଛନ୍ତି । ଆଗରୁ ୨୦୧୪ ହକି ଚାମ୍ପିଅନ୍ସ ଟ୍ରଫି, ୨୦୧୮ରେ ପୁରୁଷ ହକି ବିଶ୍ୱକପ୍, FIH ଓ୍ୱାର୍ଲଡ ହକି ଲିଗ୍ ଫାଇନାଲ, ଅଲିମ୍ପିକ୍ସ କ୍ୱାଲିଫାୟର ସଫଳତାର ସହିତ ଆୟୋଜନ କରିଛି ଓଡ଼ିଶା । ତା’ସହିତ ୨୦୨୩ରେ ଭୁବନେଶ୍ୱର ଓ ରାଉରକେଲାରେ ହେବ ପୁରୁଷ ହକି ବିଶ୍ୱକପ୍ ।

Advertisment

ବିଶ୍ୱକପ୍ ଆୟୋଜନ ପାଇଁ ତିନୋଟି ସହର ଧାର୍ଯ୍ୟ ହୋଇଥିଲା । ସେଥିରେ ଓଡ଼ିଶା ସବୁଠାରୁ ଆଗରେ ରହିଥିଲା । ଓଡ଼ିଶାରେ ଜୁନିୟର ପୁରୁଷ ହକି ବିଶ୍ୱକପ୍ ଆୟୋଜନ କରିବା ନେଇ ଅନ୍ତର୍ଜାତୀୟ ହକି ଫେଡେରେସନ୍ (ଏଫଆଇଏଚ୍) ଓଡ଼ିଶା ସରକାରଙ୍କ ସହ ଆଲୋଚନା କରିଥିଲା। ଆଜି ଓଡ଼ିଶା ସରକାର ପୁଣିଥରେ ବିଶ୍ୱକପ୍ ଭଳି ମେଗା ଇଭେଣ୍ଟକ ଆୟୋଜନ କରିବାକୁ ହଁ ଭରିଥିଲେ। ଜୁନିୟର ମହିଳା ହକି ବିଶ୍ୱକପର ଆୟୋଜନ ଦକ୍ଷିଣ ଆଫ୍ରିକାର ପୋଚେଫଷ୍ଟ୍ରୁମରେ ଡିସେମ୍ବର ୫ରୁ ୧୬ ତାରିଖ ଯାଏ ହେବ। ତେବେ ଜୁନିୟର ହକି ବିଶ୍ୱକପ୍ ପାଇଁ ଏଯାଏ ଭେନ୍ୟୁ ସ୍ଥିର ହୋଇନାହିଁ।

Advertisment

ଉଭୟ ପୁରୁଷ ଓ ମହିଳା ଜୁନିୟର ହକି ବିଶ୍ୱକପ୍ ଆୟୋଜନ ପାଇଁ ଦୌଡ଼ରେ ଥିବା ଅଷ୍ଟ୍ରେଲିଆ ଓ ନ୍ୟୁଜିଲ୍ୟାଣ୍ଡ ଏଥିରୁ ଓହରିଯାଇଥିଲା। ଯାହା ପରେ ପୁରୁଷ ହକି ବିଶ୍ୱକପ୍ ପାଇଁ ଭାରତ ଓ ମହିଳା ଜୁନିୟର ହକି ବିଶ୍ୱକପ୍ ପାଇଁ ଦକ୍ଷିଣ ଆଫ୍ରିକାକୁ ଆୟୋଜନ ଦାୟିତ୍ୱ ଦିଆଯାଇଥିଲା। ଅନ୍ୟପକ୍ଷରେ ଉଭୟ ନ୍ୟୁଜିଲ୍ୟାଣ୍ଡ ଓ ଅଷ୍ଟ୍ରେଲିଆର ଅଂଶଗ୍ରହଣକୁ ନେଇ ସନ୍ଦେହ ଦେଖା ଦେଇଛି। ଉଭୟ ଟିମ୍ କୋଭିଡ୍‌ କାରଣରୁ ଟୁର୍ଣ୍ଣାମେଣ୍ଟରୁ ଓହରିପାରନ୍ତି। ତେବେ ଏ ନେଇ ଉଭୟ ଦେଶ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ।

ସୂଚନାଯୋଗ୍ୟ, ଟୋକିଓ ଅଲିମ୍ପିକ୍ସ ପରେ ଓଡ଼ିଶା ସରକାର ୨୦୩୨ ଯାଏ ହକି ଇଣ୍ଡିଆର ପ୍ରାୟୋଜକ ରହିବ ବୋଲି ଘୋଷଣା କରିଛି। ୨୦୧୮ରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ପୁରୁଷ ହକି ବିଶ୍ୱକପ୍ ସଫଳତାପୂର୍ବକ ଆୟୋଜନ ହୋଇଥିଲା। ଯାହା ପରେ ଓଡ଼ିଶାରେ ମଧ୍ୟ ୨୦୨୩ ପୁରୁଷ ହକି ବିଶ୍ୱକପ୍ ଆୟୋଜନ ହେବା ନେଇ ମଧ୍ୟ ନିଷ୍ପତ୍ତି ହୋଇଥିଲା।

Advertisment
Junior Hockey World Cup CM Naveen Pattnaik
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ