Advertisment

ନିରାଶ ହେବେ କି କ୍ରିକେଟପ୍ରେମୀ ? ବାରବାଟୀରେ T20 ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟରେ ମାମଲା

କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ମାମଲା ଦାୟର କରାଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
PIL Filed In Orissa High Court Seeking Cancellation Of T20 Match At Barabati Stadium

PIL Filed In Orissa High Court Seeking Cancellation Of T20 Match At Barabati Stadium

ଗୋଟିଏପଟେ କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍‌ ପାଇଁ ଆଜିଠୁ ଅନ୍‌ଲାଇନ୍‌ରେ ଟିକେଟ୍‌ ବିକ୍ରି ଆରମ୍ଭ ହୋଇଥିବା ବେଳେ ଅନ୍ୟପଟେ ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। ଢେଙ୍କାନାଳ ଭୁବନର ଜନୈକ ବ୍ୟକ୍ତିଙ୍କ ପକ୍ଷରୁ ଏହି ମାମଲା ଦାୟର କରାଯାଇଛି। 

Advertisment

ରାଜ୍ୟ ସରକାର, BCCI ଆଦି ୧୫ ଜଣଙ୍କୁ ପକ୍ଷଭୁକ୍ତ କରି ମାମଲା ଦାୟର କରାଯାଇଛି। ବାରବାଟୀ ଷ୍ଟାଡିୟମରେ ଅଗ୍ନି ନିରାପତ୍ତାର ପର୍ଯ୍ୟାପ୍ତ ବ୍ୟବସ୍ଥା ନଥିବା ଅଭିଯୋଗ ହୋଇଛି। 

ସୂଚନାଥାଉ କି, ବାରବାଟୀ T20 ପାଇଁ ଆଜିଠାରୁ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି ଆରମ୍ଭ ହୋଇଛି। ପେଟିଏମ୍‌କୁ ଟିକେଟ ବିକ୍ରି ପାଇଁ ଓସିଏ ପକ୍ଷରୁ ଦାୟିତ୍ୱ ଦିଆଯାଇଛି ।ସକାଳ ୧୧ଟାରୁ ଆରମ୍ଭ ହୋଇଛି ଅନଲାଇନରେ ଟିକେଟ ବିକ୍ରି । ମୋଟ ୫ ହଜାର ଟିକେଟ ଅନଲାଇନରେ ବିକ୍ରି କରାଯିବ। ଗ୍ୟାଲେରୀ ନମ୍ବର ୨,୪,୭ , ସ୍ପେଶାଲ ଏନକ୍ଲୋଜର, ନ୍ୟୁ ପାଭେଲିୟନ ଏବଂ ଏସି ବକ୍ସ ପାଇଁ ଟିକେଟ ବିକ୍ରି କରାଯିବ। 

Advertisment

ସେପଟେ ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟରେ ମାମଲା ଦାୟର ପରେ ଏବେ ମ୍ୟାଚ୍‌ ଖେଳା ଯିବାକୁ ନେଇ ଆଶା ଓ ଆଶଙ୍କା ସୃଷ୍ଟି ହୋଇଛି। ଯଦି ମ୍ୟାଚ୍‌ ବନ୍ଦ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦିଅନ୍ତି ତା’ହେଲେ କ୍ରିକେଟପ୍ରେମୀ ନିରାଶ ହେବେ ବୋଲି କୁହାଯାଉଛି।  

ସୂଚନାଥାଉ କି, ଜୁନ୍ ୯ ତାରିଖରୁ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ୫ ମ୍ୟାଚ୍ ବିଶିଷ୍ଟ T20 ସିରିଜ। ଚଳିତ ବର୍ଷ ଫେବୃଆରୀରେ ବାରବାଟୀରେ T20 ମ୍ୟାଚ୍‌ ଖେଳା ଯିବାର ଥିଲା। ଟିମ୍‌ ଇଣ୍ଡିଆ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଏହି ମ୍ୟାଚ୍‌ ହେବାର ଥିଲା। ତେବେ କୋଭିଡ୍‌ ପାଇଁ ମ୍ୟାଚ୍‌ ଖେଳା ଯାଇନଥିଲା। ଏହାପରେ BCCI ବାୟୋ ବବଲ୍‌ ମଧ୍ୟରେ ଅହମଦାବାଦ ଓ କୋଲକାତାରେ ଦିନିକିଆ ଓ T20 ମ୍ୟାଚ୍‌ ଖେଳାଯିବା ନେଇ ନିଷ୍ପତ୍ତି ନେଇଥିଲା। ଏହା ପରେ ଜୁନ୍‌ ୧୨ ତାରିଖରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ T20 ମ୍ୟାଚ୍‌ ଖେଳାଯିବା ନେଇ ନିଷ୍ପତ୍ତି ହୋଇଥିଲା। 

Barabati Stadium T20 International India-South Africa T20 Ind Vs SA
Advertisment
Advertisment