Advertisment

ପ୍ରଥମ ଓଡ଼ିଆ ଭାବେ ପ୍ରମୋଦ ଭଗତ ପାଇବେ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ‘ଖେଳ ରତ୍ନ’

ଓଡ଼ିଆ ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ ପାଇବେ ଖେଳରତ୍ନ ପୁରସ୍କାର । ପ୍ରମୋଦଙ୍କ ସମେତ ଦେଶର ମୋଟ ୧୨ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ।

Pramod Bhagat

Pramod Bhagat

Advertisment

ଭୁବନେଶ୍ୱର: ଓଡ଼ିଆ ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ ପାଇବେ ଖେଳରତ୍ନ ପୁରସ୍କାର । ପ୍ରମୋଦଙ୍କ ସମେତ ଦେଶର ମୋଟ ୧୨ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ନୀରଜ ଚୋପ୍ରା, ରବି କୁମାର, ଲଭ୍‌ଲିନା, ଶ୍ରୀଜେଶ୍, ସୁମିତ ଅନ୍ତିଲ୍, କ୍ରିଷ୍ଣା ନାଗର ଓ ମନୀଷ ନରୱାଲ ।

Advertisment

ସେହିଭଳି ଅବନୀ ଲେଖ୍ରା, ମନପ୍ରୀତ ସିଂ, ମିତାଲି ରାଜ୍ ଓ ସୁନୀଲ ଛେତ୍ରୀଙ୍କୁ ମିଳିବ ସମ୍ମାନଜନକ ଖେଳରତ୍ନ ପୁରସ୍କାର । ଖେଳରତ୍ନ ପୁରସ୍କାର ପାଇବାରେ ପ୍ରଥମ ଓଡ଼ିଆ ଭାବେ ଗୌରବ ଅର୍ଜନ କରିଛନ୍ତି ପାରା ଅଲିମ୍ପିଆନ୍ ତଥା ବ୍ୟାଡମିଣ୍ଟନ ଷ୍ଟାର ପ୍ରମୋଦ ଭଗତ । ସେହିପରି ଓଡ଼ିଆ ହକି ଷ୍ଟାର୍ ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ଗତ ବୁଧବାର ଜାତୀୟ କ୍ରୀଡ଼ା ପୁରସ୍କାର କମିଟି ପ୍ରମୋଦଙ୍କ ନାଁ ‘ଖେଳ ରତ୍ନ’ ପାଇଁ ସୁପାରିସ୍ କରିଥିଲା । ତେବେ ଆସନ୍ତା ନଭେମ୍ବର ୧୩ ରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମସ୍ତ ବିଜେତାଙ୍କୁ ପୁରସ୍କୃତ କରିବାର କାର୍ଯ୍ୟକ୍ରମ ରହିଛି ।

Advertisment

ଚଳିତଥର ମୋଟ ୩୫ ଜଣଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯିବ । ପାରା ଟେବୁଲ୍ ଟେନିସ୍ ଷ୍ଟାର୍ ଭାବିନା ପଟେଲ୍, ପାରା ଆର୍ଚର୍ ହରବିନ୍ଦର ସିଂହ ଅର୍ଜୁନ ପୁରସ୍କାରରେ ସମ୍ମାନିତ ହେବେ । ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମର ୧୬ ଜଣ ଖେଳାଳି ଅର୍ଜୁନ ପୁରସ୍କାରରେ ସମ୍ମାନିତ ହେବେ। ହକି ଖେଳାଳିଙ୍କ ମଧ୍ୟରେ ଓଡ଼ିଶାର ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ ରହିଛନ୍ତି। ସେହିପରି ଚଳିତ ବର୍ଷ ୧୦ ଜଣଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର, ୫ ଜଣଙ୍କୁ ଧ୍ୟାନ ଚାନ୍ଦ ଲାଇଫ୍ ଟାଇମ୍ ଆଚିମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯିବ।

୨୦୨୧ ବର୍ଷ ଭାରତୀୟ କ୍ରୀଡ଼ା ଜଗତ ପାଇଁ ବେଶ୍ ସ୍ମରଣୀୟ ବର୍ଷ ରହିଛି। ଭାରତୀୟ କ୍ରୀଡ଼ାବିତ୍ ଭାବେ ଉଭୟ ଟୋକିଓ ଅଲିମ୍ପିକ୍ସ ଓ ଟୋକିଓ ପାରାଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ ଦେଶକୁ ଗୌରବାନ୍ୱିତ କରିଥିଲେ। ଚଳିତ ବର୍ଷ ଟୋକିଓରେ ଆୟୋଜିତ ପାରାଲିମ୍ପିକ୍ସରେ ପ୍ରମୋଦ ପୁରୁଷ ସିଙ୍ଗଲ୍ସ ଏସଏଲ୍-୩ ବ୍ୟାଡମିଣ୍ଟନ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିଲେ। ପାରାଲିମ୍ପିକ୍ସ ପୂର୍ବରୁ ପ୍ରମୋଦଙ୍କ ନାଁ ‘ଖେଳ ରତ୍ନ’ ପାଇଁ ସୁପାରିସ୍ କରାଯାଇଥିଲା। ସେହିପରି ଟୋକିଓ ଅଲିମ୍ପିକ୍ସରେ ନୀରଜ ଚୋପ୍ରା ଜାଭେଲିନ୍ ଥ୍ରୋ’ରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ। ସେ ଭାରତର ପ୍ରଥମ କ୍ରୀଡ଼ାବିତ୍ ଭାବେ ଅଲିମ୍ପିକ୍ସର ଆଥଲେଟିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିଲେ।

Advertisment
Khel Ratna Pramod Bhagat
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ