Rishabh Pant
ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା । ଆଇପିଏଲର ଗୋଟିଏ ମ୍ୟାଚ୍ରୁ ନିଲମ୍ବିତ ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଋଷଭ ପନ୍ତ । ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚରେ ମନ୍ଥର ବୋଲିଂ କାରଣରୁ ଋଷଭଙ୍କ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କେବଳ ଗୋଟିଏ ମ୍ୟାଚ୍ରୁ ନିଲମ୍ବିତ ନୁହେଁ ବରଂ ତାଙ୍କ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲାଗିଛି ।
ସୂଚନା ଅନୁସାରେ ଆଇପିଏଲ କୋଡ୍ ଅଫ୍ କଣ୍ଡକ୍ଟର ଉଲ୍ଲଂଘନ କରିଥିବାରୁ ଋଷଭ ପନ୍ତଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସୂଚନା ଅନୁସାରେ ଆଇପିଏଲ ୨୦୨୪ର ୫୬ ତମ ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ । ଏହି ମ୍ୟାଚ୍ ମେ’ ୭ରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିଲା । ଏହି ମ୍ୟାଚ୍ରେ ବୋଲିଂ କରିବାକୁ ନିର୍ଦ୍ଧାରିତ ସମୟଠାରୁ ଅଧିକ ସମୟ ନେଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ । ତେବେ ଏହା ପ୍ରଥମ ଥର ନୁହେଁ ଏହା ପୂର୍ବରୁ ଚଳିତ ସିଜିନରେ ଆଉ ଦୁଇ ଥର ମଧ୍ୟ ସ୍ଲୋ ବୋଲିଂ ରେଟ୍ ପାଇଁ ଦଣ୍ଡିତ ହୋଇଥିଲେ ପନ୍ତ। ତେବେ ଗୋଟିଏ ସିଜିନ୍ରେ ଏଭଳି ତୃତୀୟ ଥର ହେବାରୁ ପନ୍ତଙ୍କ ଉପରେ ଆକ୍ସନ ନିଆଯାଇଛି।
ଆଇପିଏଲ କୋଡ୍ ଅଫ୍ କଣ୍ଡକ୍ଟର ଧାରା ୮ ଅନୁଯାୟୀ ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାଚ୍ ରେଫରିଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏକ ଆବେଦନ କରିଥିଲା । ଏହା ପରେ ଆବେଦନକୁ ସମୀକ୍ଷା ପାଇଁ ବିସିସିଆଇ ଲୋକପାଳଙ୍କ ନିକଟକୁ ପଠାଯାଇଥିଲା । ଏହି ମାମଲାରେ ଲୋକପାଳ ଏକ ଭର୍ଚୁଆଲ୍ ଶୁଣାଣି କରିଥିଲେ। ଏହା ପରେ ମ୍ୟାଚ୍ ରେଫରିଙ୍କ ନିଷ୍ପତ୍ତି ଚୂଡାନ୍ତ ବୋଲି ଶୁଣାଇଥିଲେ ।
ସୂଚନା ଅନୁସାରେ ଚଳିତ ସିଜିନ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ଏପର୍ଯ୍ୟନ୍ତ ୧୨ଟି ମ୍ୟାଚ୍ ଖେଳି ୬ଟିରେ ବିଜୟଲାଭ କରି ପଏଣ୍ଟ ଟେବୁଲର ପଞ୍ଚମ ସ୍ଥାନରେ ରହିଛି। ତେବେ ଆସନ୍ତାକାଲି ଦିଲ୍ଲୀ ତା’ର ପରବର୍ତ୍ତୀ ମ୍ୟାଚ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସହ ଖେଳିବ । ତେବେ ଏହି ହାଇଭୋଲଟେଜ୍ ମ୍ୟାଚ୍ ପୂର୍ବରୁ ପନ୍ତଙ୍କ ଅନୁପସ୍ଥିତି ଦଳ ପାଇଁ ଏକ ବଡ଼ ଝଟକା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1715446738.jpg)