• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ବିଶ୍ୱକପରେ ଟିମର ଖରାପ ପ୍ରଦର୍ଶନ ପରେ ନିଲମ୍ବିତ ହୋଇଥିବା ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ହୋଇଛି । ICC ସଦସ୍ୟରୁ ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ନିଲମ୍ବିତ କରାଯାଇଛି । ଆଜି ବୋର୍ଡର ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କୋର୍ଡ ଅଫ୍ କଣ୍ଡକ୍ଟ ଉଲ୍ଲଂଘନ ଅଭିଯୋଗରେ ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି ।

ବିଶ୍ୱକପରେ ଶ୍ରୀଲଙ୍କା ଦଳର ପ୍ରଦର୍ଶନ ଖରାପ ରହିଛି । ଏପରିକି ଆଫଗାନିସ୍ତାନଠାରୁ ବି ଦଳ ହାରିଯାଇଥିବାରୁ ଦେଶରେ ଅସନ୍ତୋଷ ବଢିବା ପରେ ଶ୍ରୀଲଙ୍କା ସରକାର ପୂରା ବୋର୍ଡକୁ ବହିଷ୍କାର କରିଥିଲେ । ଏହାପରେ ଶ୍ରୀଲଙ୍କା ରାଷ୍ଟ୍ରପତି ତାଙ୍କ ତରଫରୁ ତଦନ୍ତ ପାଇଁ ଏକ କମିଟି ମଧ୍ୟ ଗଠନ କରିଥିଲେ । କିନ୍ତୁ ସରକାରଙ୍କ ଏପରି କାର୍ଯ୍ୟ ବୋର୍ଡର କାର୍ଯ୍ୟରେ ହସ୍ତକ୍ଷେପ ବୋଲି ଆଇସିସି ବିବେଚନା କରିଛି । ଏହି କାରଣରୁ ଶ୍ରୀଲଙ୍କା ବୋର୍ଡକୁ ଆଇସିସି ସଦସ୍ୟତାରୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି ।