/odishatv-khabar/media/post_attachments/uploadimage/library/16_9/16_9_0/IMAGE_1632996308.jpg)
Birendra Lakra
ଭୁବନେଶ୍ୱର: ହକିରୁ ଅବସର ଘୋଷଣା କଲେ ବୀରେନ୍ଦ୍ର ଲାକ୍ରା । ଟୋକିଓ ହକି ବ୍ରୋଞ୍ଜ ପଦକ ବିଜେତା ବୀରେନ୍ଦ୍ର ଲାକ୍ରା । ବୀରେନ୍ଦ୍ରଙ୍କ ଅବସର ଘୋଷଣା ନେଇ ହକି ଇଣ୍ଡିଆ ପକ୍ଷରୁ ଟୁଇଟ୍ । ୩୧ ବର୍ଷୀୟ ଲାକ୍ରା ୨୦୧ଟି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଛନ୍ତି ବୀରେନ୍ଦ୍ର ଲାକ୍ରା ।
2️⃣0️⃣1️⃣ Caps
🥉 Olympic Bronze MedallistA solid defender and one of the most influential Indian Men's Hockey Team figures, the Odisha star has announced his retirement from the Indian national team.
Happy Retirement, Birendra Lakra. 🙌#IndiaKaGamepic.twitter.com/p8m8KkWDb4
— Hockey India (@TheHockeyIndia) September 30, 2021
ଲାକ୍ରା ଭାରତୀୟ ହକି ଟିମର ଷ୍ଟାର୍ ଡିଫେଣ୍ଡର ଥିଲେ । ସେ ଦୁଇଥର ଭାରତ ପକ୍ଷରୁ ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରିଛନ୍ତି । ସେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଭାରତୀୟ ଦଳ ପାଇଁ ଖେଳିଥିବା ବେଳେ ୨୦୧୬ରେ ଅଲିମ୍ପିକ୍ସ ପାଇଁ ଚୟନ ହୋଇଥିଲେ । କିନ୍ତୁ ଆହତ କାରଣରୁ ସେ ମଇଦାନକୁ ଓହ୍ଲାଇ ପାରିନଥିଲେ । ତେବେ ୨୦୨୧ ଟୋକିଓ ଅଲିମ୍ପିକ୍ସ ପାଇଁ ତାଙ୍କୁ ଭାରତୀୟ ଦଳରେ ସାମିଲ୍ କରାଯାଇଥିଲା । ସେ ମଧ୍ୟ ଅଲିମ୍ପିକ୍ସରେ ଭାରତୀୟ ଦଳର ଭାଇସ୍ କ୍ୟାପଟେନ୍ ଭାବେ ଦାୟିତ୍ୱ ତୁଲାଇଥିଲେ। ଟୋକିଓରେ ଭାରତୀୟ ଦଳ ବ୍ରୋଞ୍ଜ ପଦକ ଜିତି ୪୧ ବର୍ଷର ଅପେକ୍ଷାର ଅନ୍ତଃ ଘଟାଇଥିଲେ ।
ବୀରେନ୍ଦ୍ରଙ୍କ ପ୍ରତିନିଧିତ୍ୱରେ ଭାରତ ଏସିଆନ୍ ଗେମ୍ସରେ ଥରେ ସ୍ୱର୍ଣ୍ଣ (୨୦୧୪) ଓ ଥରେ ବ୍ରୋଞ୍ଜ (୨୦୧୮) ପଦକ ଜିତିଛି। ବୀରେନ୍ଦ୍ର ମଧ୍ୟ ୨୦୧୩ରେ ଏସିଆ କପ୍ ରୌପ୍ୟ ବିଜେତା ଭାରତୀୟ ଦଳର ସଦସ୍ୟ ଥିଲେ। ସେହିପରି ଏସିଆନ୍ସ ଚାମ୍ପିୟନ୍ସ ଟ୍ରଫି (୨୦୧୬ରେ ସ୍ୱର୍ଣ୍ଣ ଓ ୨୦୧୨ରେ ରୌପ୍ୟ), ୨୦୧୪ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ବିଜେତା ଭାରତୀୟ ଦଳର ପ୍ରତିନିଧିତ୍ୱ କରିଥିଲେ। ଏହାବାଦ୍ ବୀରେନ୍ଦ୍ର ହକି ୱାର୍ଲ୍ଡ କପ୍ ଓ ହକି ୱାର୍ଲ୍ଡ ଲିଗରେ ମଧ୍ୟ ଭାରତୀୟ ଦଳର ସଦସ୍ୟ ରହିସାରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)