Advertisment

ଓଡ଼ିଶା କ୍ରିକେଟ୍‌ପ୍ରେମୀଙ୍କ ପାଇଁ ଖୁସି ଖବର, ବାରବାଟୀରେ ଖେଳାଯିବ ଟି-ଟ୍ୱେଣ୍ଟି ମ୍ୟାଚ୍‌

କଟକ ବାରବାଟୀ ଷ୍ଟାଡିୟମ୍‌ରେ ହେବ ଆର୍ନ୍ତଜାତୀୟ ଟି-ଟ୍ୱେଣ୍ଟି କ୍ରିକେଟ୍‌ ମ୍ୟାଚ୍ । ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । କାରଣ ଦୀର୍ଘ ଦୁଇ ବର୍ଷ ପରେ ପୁଣିଥରେ କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ମ୍ୟାଚ୍ ।

undefined

barabati

Advertisment

ଭୁବନେଶ୍ୱର: କଟକ ବାରବାଟୀ ଷ୍ଟାଡିୟମ୍‌ରେ ହେବ ଆର୍ନ୍ତଜାତୀୟ ଟି-ଟ୍ୱେଣ୍ଟି କ୍ରିକେଟ୍‌ ମ୍ୟାଚ୍ । ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । କାରଣ ଦୀର୍ଘ ଦୁଇ ବର୍ଷ ପରେ ପୁଣିଥରେ କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ମ୍ୟାଚ୍ । ଆସନ୍ତା ଫେବୃୟାରୀ ୧୫ରେ ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯିବ ଏହି ଟି-ଟ୍ୱେଣ୍ଟି ମ୍ୟାଚ୍‌ । ଓଡ଼ିଶା କ୍ରିକେଟ୍ ଆସୋସିଏସନ୍‌ ସଂପାଦକ ସଞ୍ଜୟ ବେହେରାଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ବିସିସିଆଇ ପକ୍ଷରୁ ଘୋଷଣା କରାଯାଇଛି ।

Advertisment

ଆସନ୍ତାବର୍ଷ ୱେଷ୍ଟଇଣ୍ଡିଜ୍ ଭାରତ ଗସ୍ତରେ ଆସି ୩ଟି ଦିନିକିଆ ଓ ୩ଟି ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳିବ । ପ୍ରଥମେ ଦିନିକିଆ ସିରିଜ୍ ଖେଳାଯିବ । ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଫେବୃଆରୀ ୬ରେ ଅହମ୍ମଦାବାଦ, ଦ୍ୱିତୀୟ ମ୍ୟାଚ୍ ଜୟପୁରରେ ଫେବୃଆରୀ ୯ ଏବଂ ତୃତୀୟ ଦିନିକିଆ କୋଲକାତାରେ ଫେବୃଆରୀ ୧୨ ତାରିଖରେ ଖେଳା ଯିବ । ଏହା ପରେ ଟି-ଟ୍ୱେଣ୍ଟି ସିରିଜର ପ୍ରଥମ ମ୍ୟାଚ୍ ଫେବୃଆରୀ ୧୫ ତାରିଖରେ କଟକରେ ଖେଳାଯିବ ବୋଲି ସ୍ଥିର ହୋଇଛି । ଏହା ପରେ ବାକି ଦୁଇଟି ମ୍ୟାଚ୍ ଫେବୃଆରୀ ୧୮ ଓ ୨୦ ତାରିଖରେ ବିଶାଖାପାଟଣା ଓ ଥିରୁବନନ୍ତପୁରମରେ ଖେଳାଯିବ ।

Advertisment

ଶେଷଥର ପାଇଁ ୨୨ ଡିସେମ୍ବର ୨୦୧୯ରେ ବାରବାଟୀରେ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍ ଖେଳାଯାଇଥିଲା । ସେତେବେଳେ ମଧ୍ୟ ଭାରତର ସାମ୍ନା ୱେଷ୍ଟଇଣ୍ଡିଜ୍ ସହ ହୋଇଥିଲା । ଏହି ମ୍ୟାଚରେ ଭାରତ ୪ ୱିକେଟରେ ବିଜୟୀ ହୋଇଥିଲା । ଏହାର ଦୁଇ ବର୍ଷ ପରେ ପୁଣିଥରେ ବାରବାଟୀକୁ ଅନ୍ତର୍ଜାତୀୟ ମ୍ୟାଚ୍ ଆୟୋଜନ ଦାୟିତ୍ୱ ମିଳୁଥିବାରୁ ଫ୍ୟାନଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଛି ।

ବାରବାଟୀରେ ଏପର୍ଯ୍ୟନ୍ତ ମାତ୍ର ଦୁଇଟି ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳାଯାଇଛି । ୨୦୧୫, ଅକ୍ଟୋବର ୫ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏଠାରେ ପ୍ରଥମ ଟି-୨୦ ମ୍ୟାଚ୍ ଖେଳାଯାଇଥିଲା । ହେଲେ ଏହି ମ୍ୟାଚରେ ଭାରତ ଶୋଚନୀୟ ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକା ନିକଟରୁ ୬ ୱିକେଟରେ ପରାସ୍ତ ହୋଇଥିଲା । ଏହା ପରେ ୨୦୧୭ ମସିହା ଡିସେମ୍ବର ୨୦ ତାରିଖରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଟି-ଟ୍ୱେଣ୍ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ତେବେ ଏହି ମ୍ୟାଚରେ ଭାରତ ଦମଦାର ପ୍ରଦର୍ଶନ କରି ୯୩ ରନରେ ବିଜୟ ଲାଭ କରିଥିଲା।

Advertisment

ବାରବାଟୀରେ ଭାରତ ୧୯ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍ ଖେଳିଛି, ଯେଉଁଥିରୁ ୧୩ଟିରେ ବିଜୟୀ ହୋଇଥିବା ବେଳେ ୪ଟିରେ ପରାସ୍ତ ହୋଇଛି। କିନ୍ତୁ ଦୁଇଟି ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଛି। ସେହିପରି ଏଠାରେ ଦୁଇଟି ଟେଷ୍ଟ ମ୍ୟାଚ୍ ମଧ୍ୟ ଖେଳାଯାଇଥିଲା, ଯେଉଁଥିରେ ଭାରତ ଗୋଟିଏରେ ବିଜୟୀ ହୋଇଥିବା ବେଳେ ଗୋଟିଏ ଡ୍ର’ ହୋଇଛି। ବାରବାଟୀରେ ଏଯାଏ ମାତ୍ର ଦୁଇଟି ଟି-ଟ୍ୱେଣ୍ଟି ମ୍ୟାଚର ଆୟୋଜନ ହୋଇଛି। ଏଥିରୁ ଭାରତ ଗୋଟିଏରେ ଜିତିଥିବା ବେଳେ ଗୋଟିଏରେ ହାରିଛି।

Barabati Stadium Cricket Match T-20 Match
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ