• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଚନ୍ଦ୍ର କକ୍ଷପଥରେ ସଫଳତାର ସହ ଅବସ୍ଥାପିତ ହେବା ପରେ ଆଜି ଚନ୍ଦ୍ରୟାନ-୩ର ପ୍ରଥମ କକ୍ଷ ହ୍ରାସ ରହିଛି । ଆଜି ରାତି ୧୧ଟାରେ ଚନ୍ଦ୍ରୟାନ-୩ର କକ୍ଷ ହ୍ରାସ ବା ଗତିପଥ ସଂକୁଚିତ କରାଯିବ ବୋଲି ସୂଚନା ଦିଆଯାଇଛି । ଗତକାଲି ଥିଲା ଚନ୍ଦ୍ରୟାନ ପାଇଁ ଏକ ବଡ଼ ପରୀକ୍ଷାର ଦିନ । ତେବେ ସନ୍ଧ୍ୟା ୭ଟା ୧୫ ବେଳେ ଏହାକୁ ଚନ୍ଦ୍ରର ଗୁରୁତ୍ୱାକର୍ଷଣ ବଳୟରେ ପ୍ରବେଶ କରାଇବାରେ ସଫଳ ହୋଇଥିଲା ଇସ୍ରୋ ।

ଗତ ଜୁଲାଇ ୧୪ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଚନ୍ଦ୍ରୟାନ-୩କୁ ଉତକ୍ଷେପଣ କରାଯାଇଥିଲା । ତାପରେ ଏହା ପୃଥିବୀକୁ ଦୀର୍ଘ ୨ ସପ୍ତାହ ଧରି ପରିକ୍ରମା କରିଥିଲା ଏବଂ ଗତ ୧ ତାରିଖରେ ଚନ୍ଦ୍ରୟାନକୁ ଚନ୍ଦ୍ରର କକ୍ଷପଥ ଆଡ଼କୁ ପଠାଇଥିଲା ଇସ୍ରୋ ।

ପୃଥିବୀଠୁ ଚନ୍ଦ୍ରର ହାରାହାରି ଦୂରତା ୩.୮ ଲକ୍ଷ କିଲୋମିଟର ହୋଇଥିବା ବେଳେ, ଗତକାଲି ଏହା ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିସାରିଛି । ଚନ୍ଦ୍ରର ମାଧ୍ୟାକର୍ଷଣ ଶକ୍ତି ପୃଥିବୀ ତୁଳନାରେ ଅତି ଦୁର୍ବଳ ହୋଇଥିବାରୁ, ଠିକ୍ ସମୟରେ ସ୍ପେଶକ୍ରାଫ୍ଟର ବେଗ ହ୍ରାସ କରିବା ଇସ୍ରୋ ପାଇଁ ବଡ଼ ଚାଲେଞ୍ଜ ଥିଲା ।

ଅଗଷ୍ଟ ୨୩ ଆଡ଼କୁ ଏହା ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ଯୋଜନା ରହିଛି । ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର୍ ସଫ୍ଟଲ୍ୟାଣ୍ଡିଂ କରିବ ଏବଂ ସେଥିରୁ ରୋଭର ବାହାରି

ଚନ୍ଦ୍ରପୃଷ୍ଠରେ ୧୪ ଦିନ ବିଚରଣ କରିବ ବୋଲି ଯୋଜନା ରଖାଯାଇଛି ।