• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ବିଶ୍ୱବ୍ୟାପୀ ଠପ୍ ହେଲା ମାଇକ୍ରୋସଫ୍ଟ ସର୍ଭର । ଭାରତ ସହ ଅଷ୍ଟ୍ରେଲିଆ, ଜର୍ମାନୀ, ଆମେରିକା, ୟୁକେରେ ସେବା ଠପ୍ ହୋଇଥିବା ସୂଚନା ମିଳିଛି । ବ୍ୟାଙ୍କିଂ ସହ ବିମାନ ସେବା ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି । ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ବି ସେବା ପ୍ରଭାବିତ ହୋଇଥିବା ସୂଚନା ମିଳିଛି ।

ଏପଟେ ଭୁବନେଶ୍ବରରେ ବି ବିମାନ ସେବା ପ୍ରଭାବିତ ହୋଇଛି । ଏନେଇ ସୂଚନା ଦେଇଛନ୍ତି ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ମାନୁଆଲ ଭାବେ ଯାତ୍ରୀଙ୍କ ଚେକ୍‌ ଇନ୍‌ ହେଉଛି । ମାନୁଆଲି ଦିଆଯାଉଛି ବୋର୍ଡିଂ ପାସ୍‌ । ଯାହାଫଳରେ ବିମାନ ଛାଡ଼ିବାରେ ବିଳମ୍ବ ହେଉଛି ବୋଲି କହିଛନ୍ତି । 

ସାଇବର ସିକ୍ୟୁରିଟି ପ୍ଲାଟଫର୍ମ କ୍ରାଉଡଷ୍ଟ୍ରାଇକରେ ସମସ୍ୟା ଯୋଗୁଁ ସେବା ପ୍ରଭାବିତ ହୋଇଛି । ଇଣ୍ଡିଗୋ ଓ ସ୍ପାଇସଜେଟ୍ ଭଳି ଏୟାରଲାଇନ୍ସର କହିବାନୁସାରେ ସର୍ଭରରେ ସମସ୍ୟା ଯୋଗୁଁ ସେବା ବନ୍ଦ ହୋଇଯାଇଛି । ଏୟାରପୋର୍ଟରେ ଚେକ୍ ଇନ୍ ଓ ଚେକ୍ ଆଉଟ୍ ସୁବିଧା ବନ୍ଦ ହୋଇଛି । ବୁକିଂ ସେବା ମଧ୍ୟ ପ୍ରଭାବିତ ହୋଇଛି । 

 

ଏହାର ସବୁଠାରୁ ଅଧିକ ପ୍ରଭାବ ଆମେରିକୀୟ ବିମାନ ସେବା ଉପରେ ପଡିଛି । ଆମେରିକାର ଅନେକ ଭାଗରେ ଜରୁରିକାଳୀନ ସେବା ୯୧୧ ମଧ୍ୟ ପ୍ରଭାବିତ ହୋଇଛି । ଏଥିଯୋଗୁଁ ନନ୍ ଏମରଜେନ୍ସି କଲ୍ ସେଣ୍ଟରର ସେବା ମଧ୍ୟ ପ୍ରଭାବିତ ହୋଇଛି । ଆମେରିକା ବ୍ୟତୀତ ଅଷ୍ଟ୍ରେଲିଆ ଓ ଜର୍ମାନୀରେ ମଧ୍ୟ ବ୍ୟାଙ୍କିଂ, ଟେଲିକମ୍, ମିଡିଆ ଆଉଟଲେଟ୍ ଏବଂ ଏୟାରଲାଇନ୍ସର ସେବା ପ୍ରଭାବିତ ହୋଇଛି ।

 

OTV is now on Whatsapp

Join and get latest news update delivered to you via whatsapp

Join Now