• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ୧୫ ଦିନର ରିଲିଫ୍ ଘୋଷଣା । ରିଲିଫ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ଏହି ରିଲିଫ୍‌ ଘୋଷଣା କରିଛନ୍ତି । ବନ୍ୟା ଛାଡ଼ିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆଜି ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଅଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରିଥିଲେ ।  ଆକାଶମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିବା ପରେ ରିଲିଫ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାର ଯେଉଁ ଗାଁ ଗୁଡିକରେ ପାଣି ପଶିଛି ସେଠାରେ ବିପନ୍ନ ଲୋକମାନଙ୍କୁ ୧୫ ଦିନ ରିଲିଫ ସହାୟତା ଦିଆଯିବ ।

ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା ଗାଁ ଲୋକଙ୍କୁ ୭ ଦିନ ପାଇଁ ରିଲିଫ ଦିଆଯିବ । ପାଣି ଛାଡିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ସହ ତାର ୧୫ ଦିନ ପରେ ଘରଭଙ୍ଗା ଓ ଫସଲ କ୍ଷୟକ୍ଷତି ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।