Advertisment

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଆଜି ବୌଦ୍ଧ ଓ ବାରିପଦାରେ ତାତି ୪୫ ଡିଗ୍ରୀ ଟପିଲା। ଉଭୟ ବୌଦ୍ଧ ଓ ବାରିପଦା ତାପମାତ୍ରା ୪୫.୨ ଡିଗ୍ରୀ ରହିଛି।

author-image
Manoranjan Behera
ଅଦ୍ୟତନ ହୋଇଛି
Heat wave

Heat wave

ଏପ୍ରିଲରେ ୪୫ ଡେଇଁଲା ତାତି। ପ୍ରଥମ ଥର ପାଇଁ ରାଜ୍ୟରେ ଆଜି ତାପମାତ୍ରା ୪୫ ଡିଗ୍ରୀ ପାର୍ କରିଛି। ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ ଓ ବାରିପଦା। ଏହି ଦୁଇ ସହରରେ ସର୍ବୋଚ୍ଚ ତାପମାତ୍ରା ୪୫.୨ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି। ଗତକାଲି ୪୪.୩ ଡିଗ୍ରୀ ସହ ଦେଶର ଉତ୍ତପ୍ତ ସହର ଥିଲା ବୌଦ୍ଧ। ଆଜି ୧୩ଟି ସହରରେ ପାରଦ ୪୩ ଡିଗ୍ରୀ ଓ ତାଠୁ ଅଧିକ ରହିଛି।

Advertisment

ସେହିପରି ୩୦ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତାଉପରେ ରେକର୍ଡ ହୋଇଛି। ନୂଆପଡାରେ ଆଜି ତାପମାତ୍ରା ୪୪ ଡିଗ୍ରୀ ରହିଥିବା ବେଳେ ତାଳଚେର ଓ ବଲାଙ୍ଗୀରରେ ୪୩.୬, ନୂଆପଡା, କେନ୍ଦୁଝର ଓ ଅନୁଗୁଳରେ ୪୩.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ସେପଟେ ହିଟୱେଭ ନେଇ ଆସନ୍ତାକାଲି ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମଲହରି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତତଲା କଡ଼େଇରେ ଭାଜି ହେଉଛି ପଶ୍ଚିମ ଓଡ଼ିଶା। ଉପକୂଳରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ଗ୍ରୀଷ୍ମଲହରି। ସପ୍ତାହେ ହେଲାଣି କଲବଲ କରୁଛି ତାତି ଓ ଗୁଳୁଗୁଳି।

Advertisment

ଆଗାମୀ ୨୪ ଘଣ୍ଟା ଯାଏ ପାଗରେ ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନାହିଁ। ତେବେ କାଲି ପରେ ସାମାନ୍ୟ ଆଶ୍ୱସ୍ତି ଦେଇପାରେ କାଳବୈଶାଖୀ। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରାରେ ୨କୁ ୪ ଡିଗ୍ରୀ ସେଲସିୟସ୍ ଯାଏ ହ୍ରାସ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତାକାଲିଠୁ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ। ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Heat Wave Weather Update Temperature
Advertisment
Advertisment