• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି । ଗତକାଲି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ବୌଦ୍ଧ ଓ ବାରିପଦା । ୩୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ହିଟୱେଭ ନେଇ ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମଲହରି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଜି ସାମାନ୍ୟ ଆଶ୍ୱସ୍ତି ଦେଇପାରେ କାଳବୈଶାଖୀ । ଆଜିଠୁ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ ।

ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ନେଇ ବିଭାଗ ପୂର୍ବାନୁମାନ କରିଛି ।

ସେହିପରି ଗତକାଲି ପ୍ରଥମ ଥର ପାଇଁ ରାଜ୍ୟରେ ତାପମାତ୍ରା ୪୫ ଡିଗ୍ରୀ ପାର୍ କରିଥିଲା । ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ବୌଦ୍ଧ ଓ ବାରିପଦା । ଏହି ଦୁଇ ସହରରେ ସର୍ବୋଚ୍ଚ ତାପମାତ୍ରା ୪୫.୨ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ସେହିପରି ୩୦ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତାଉପରେ ରେକର୍ଡ ହୋଇଛି ।

ନୂଆପଡାରେ ଆଜି ତାପମାତ୍ରା ୪୪ ଡିଗ୍ରୀ ରହିଥିବା ବେଳେ ତାଳଚେର ଓ ବଲାଙ୍ଗୀରରେ ୪୩.୬, ନୂଆପଡା, କେନ୍ଦୁଝର ଓ ଅନୁଗୁଳରେ ୪୩.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ସେପଟେ ହିଟୱେଭ ନେଇ ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମଲହରି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତତଲା କଡ଼େଇରେ ଭାଜି ହେଉଛି ପଶ୍ଚିମ ଓଡ଼ିଶା । ଉପକୂଳରୁ ଦକ୍ଷିଣ ସବୁଠି ପ୍ରଚଣ୍ଡ ଗ୍ରୀଷ୍ମଲହରି । ସପ୍ତାହେ ହେଲାଣି କଲବଲ କରୁଛି ତାତି ଓ ଗୁଳୁଗୁଳି ।

ଆଗାମୀ ୨୪ ଘଣ୍ଟା ଯାଏ ପାଗରେ ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନାହିଁ । ତେବେ ଆଜି ସାମାନ୍ୟ ଆଶ୍ୱସ୍ତି ଆଣିପାରେ କାଳବୈଶାଖୀ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରାରେ ୨କୁ ୪ ଡିଗ୍ରୀ ସେଲସିୟସ୍ ଯାଏ ହ୍ରାସ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲିଠୁ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ ।