• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ସେପଟେ ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ । 

ଆଜି ମଧ୍ୟ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର । ଏସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। 

ଅଧିକ ପଢନ୍ତୁ : ଫୁଲୁଛି ମହାନଦୀ; ୭ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ !

ଏପଟେ ଫୁଲୁଛି ମହାନଦୀ। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୨ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଗତକାଲି ହୀରାକୁଦର ୨୦ଟି ଗେଟ୍ ଖୋଲିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି । 

ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ଆସି ମୁଣ୍ଡଳୀରେ ପହଞ୍ଚିଛି। ଫଳରେ ଜଳସ୍ତର ବଢ଼ିଛି । ବିଶେଷ କରି ବନ୍ୟାଜଳ ପହଞ୍ଚିବା ଫଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ଦେଖାଦେଇଛି। 

OTV is now on Whatsapp

Join and get latest news update delivered to you via whatsapp

Join Now