Advertisment

ଆସୁଛି ବାତ୍ୟା ! ୧୨ ଘଣ୍ଟାରେ ଗଭୀର ଅବପାତ

ଆସନ୍ତା ୧୨ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖରୁ ୨୮ ତାରିଖରେ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ।

Cyclone

Cyclone

Advertisment

ଭୁବନେଶ୍ୱର: ବାତ୍ୟାର ରୂପ ନେଇପାରେ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ। ଆସନ୍ତା ୨୫ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବର୍ତ୍ତମାନ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଅବପାତରେ ପରିଣତ ହୋଇ ବଳ ଗୋଟାଉଛି। ଆସନ୍ତା ୧୨ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସଂଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Advertisment

ଅବପାତ ଏବେ ଗୋପାଳପୁର ଠାରୁ ୬୭୦ କିଲୋମିଟର ଓ ଆନ୍ଧ୍ରର କଳିଙ୍ଗପାଟନାମ୍ ଠାରୁ ୭୪୦ କିଲୋମିଟର ଦୂରରେ ରହିଛି। ଏହା ପ୍ରଥମେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରିବ। ଏହାପରେ ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗକୁ ଗତି କରି ଆସନ୍ତା ୨୬ ତାରିଖ ସଂଧ୍ୟାରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି। ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ଦେଇ ଅତିକ୍ରମ କରିପାରେ। ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ୨୫ ତାରିଖରୁ ୨୮ ତାରିଖରେ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ। 

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ଯାଏ ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଂଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି।

Advertisment

୨୬ ତାରିଖ ପାଇଁ ୪ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ଓ୍ୱାର୍ଣ୍ଣିଂ ଦିଆଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି।  ଯେଉଁମାନେ ସମୁଦ୍ରକୁ ଯାଇଛନ୍ତି, ୨୫ ତାରିଖ ସଂଧ୍ୟା ସୁଦ୍ଧା ଫେରିବାକୁ କୁହାଯାଇଛି ଏବଂ ୨୭ ତାରିଖ ଯାଏ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Odisha Bay Of Bengal Cyclone
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ