ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣି ବଳୟ, ୨୦ ତାରିଖ ବେଳକୁ ଲଘୁଚାପ ସମ୍ଭାବନା

୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଆଉ ଏହି ଘୂର୍ଣ୍ଣିବଳୟ କାଳକ୍ରମେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟିହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ ଲଘୁଚାପ । ତେବେ ଲଘୁଚାପ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । 

ଅଧିକ ପଢ଼ନ୍ତୁ: ଘୁର୍ଣ୍ଣିବଳୟର ପରବର୍ତ୍ତୀ ରୂପ କଣ: ବଡ଼ ବର୍ଷା ନା ବାତ୍ୟା?

ଅନ୍ୟପଟେ ଆଜି ରାଜ୍ୟ ରେ ଆଜି ପାଗ ସମ୍ପୂର୍ଣ୍ଣ ଶୁଖିଲା ଥିବା ବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ନାହିଁ । ଏପଟେ ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଜି ଆଂଶିକ ମେଘାଚ୍ଛନ୍ନ ରହିବ । କିଛି ସ୍ଥାନରେ କାଁ ଭାଁ ବର୍ଷା ମଧ୍ୟ ହୋଇପାରେ । ଦିନର ସର୍ବାଧିକ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ ବୋଲି ସୂଚନା ମିଳିଛି ।