Advertisment

୧୨ ଘଣ୍ଟାରେ ଲଘୁଚାପ ! ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
A Fresh Low Pressure System Likely Form Over North Bay Of Bengal Next 12 hours

A Fresh Low Pressure System Likely Form Over North Bay Of Bengal Next 12 hours

Advertisment

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ୧୪ ତାରିଖ ସୁଦ୍ଧା  ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ଏହାର ପ୍ରଭାବରେ ଆଜିଠାରୁ ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଫଳରେ କେତେକ ସ୍ଥାନରେ ଭୂସ୍ଖଳନ ଭଳି ଘଟଣା ଘଟିପାରେ। ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି।

Advertisment

ମୂଷଳ ଧାରାରେ ବର୍ଷା ହେବାକୁ ଥିବାରୁ ଦୃଶ୍ୟମାନ ଦୂରତା ହ୍ରାସ ପାଇବ। ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି। ଏହାସହ କେତେକ ସ୍ଥାନରେ ଟ୍ରାଫିକ ଜାମ୍ ଭଳି ପରିସ୍ଥିତି ଉପୁଜିପାରେ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେଉଁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଲାଗି ଏହିସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରାୟ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ। ଏଥିଲାଗି ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ସ୍ଥିତି ଉପୁଜିପାରେ। ଏହାସହ ମହାନଦୀର ତଳିଆ ଅଞ୍ଚଳରେ ବନ୍ୟା ଆସିପାରେ। ସେହିପରି ବଂଶଧାରା ଓ ଋଷିକୂଲ୍ୟାରେ ଜଳ ପତ୍ତନ ବୃଦ୍ଧି ପାଇବା ଆଶଙ୍କା ରହିଛି। ତେବେ ଆସନ୍ତାକାଲି ପାଇଁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ ଓ ବରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।  

Advertisment
Rain In Odisha Heavy Rainfall Alert Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ