/odishatv-khabar/media/post_attachments/uploadimage/library/16_9/16_9_0/IMAGE_1689825494.jpg)
low pressure
ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଗର ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ବିଶେଷ ଭାବେ, ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ସମେତ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବାନା ରହିଛି । ତା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ରାୟଗଡ଼ା, ବୌଦ୍ଧ, ସୁବର୍ଣ୍ଣପୁର ଆଦି ୧୩ ଜିଲ୍ଲାକୁ ବର୍ଷା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଆସନ୍ତାକାଲି ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସେପଟେ ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ ଦେଖାଦେଇଛି । ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି ଓ ଗଜପତି ଜିଲ୍ଲା । ଏହି ଦୁଇ ଜିଲ୍ଲାର ବହୁ ସ୍ଥାନରେ ପୋଲ ଉପରେ ପାଣି ଚାଲୁଥିବାରୁ ପଡ଼ୋଶୀ ଆନ୍ଧ୍ର ଓ ଛତିଶଗଡ଼କୁ ଯୋଗାଯୋଗ ଠପ୍ ହୋଇଛି । ପାରଳାଖେମୁଣ୍ଡିରେ ପୋଲ ଭାସି ଯିବାରୁ ଅନେକ ଗାଁକୁ ଯୋଗାଯୋଗ ବିଛିନ୍ନ ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)