ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଦକ୍ଷିଣ ଓଡ଼ିଶା ପାଇଁ ସତର୍କ ସୂଚନା ଜାରି

ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରେ ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଗର ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ବିଶେଷ ଭାବେ, ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ସମେତ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବାନା ରହିଛି । ତା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ରାୟଗଡ଼ା, ବୌଦ୍ଧ, ସୁବର୍ଣ୍ଣପୁର ଆଦି ୧୩ ଜିଲ୍ଲାକୁ ବର୍ଷା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେପଟେ ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ ଦେଖାଦେଇଛି । ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି ଓ ଗଜପତି ଜିଲ୍ଲା । ଏହି ଦୁଇ ଜିଲ୍ଲାର ବହୁ ସ୍ଥାନରେ ପୋଲ ଉପରେ ପାଣି ଚାଲୁଥିବାରୁ ପଡ଼ୋଶୀ ଆନ୍ଧ୍ର ଓ ଛତିଶଗଡ଼କୁ ଯୋଗାଯୋଗ ଠପ୍ ହୋଇଛି । ପାରଳାଖେମୁଣ୍ଡିରେ ପୋଲ ଭାସି ଯିବାରୁ ଅନେକ ଗାଁକୁ ଯୋଗାଯୋଗ ବିଛିନ୍ନ ହୋଇଛି ।