/odishatv-khabar/media/post_attachments/uploadimage/library/16_9/16_9_0/IMAGE_1636099669.jpg)
low pressure
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ସମ୍ପର୍କରେ ଟୁଇଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
ସୂଚନାଯୋଗ୍ୟ ଅକ୍ଟୋବର ୨୯ରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିଲା । ଲଘୁଚାପ ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଥିଲା । ଏହାର ପ୍ରଭାବରେ ଆଜିଠୁ ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହୋଇଥିଲା ।
ସେପଟେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । କେନ୍ଦୁଝର ଜିଲ୍ଲାରେ ସର୍ବନିମ୍ନ ରାତ୍ରି ତାପମାତ୍ରା ରେକର୍ଡ ହୋଇଛି । କେନ୍ଦୁଝର ସହରରେ ୧୭.୪ ଡିଗ୍ରି ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ରାତ୍ରୀ ତାପମାତ୍ରା ୨୧.୬ ଡିଗ୍ରି ସେଲସିୟସ୍ ଥିବା ବେଳେ କଟକରେ ୨୧ ଡିଗ୍ରି ସେଲସିୟସ୍ ରହିଛି ତାପମାତ୍ରା । ଆଗାମୀ ପାଞ୍ଚ ଦିନ ଯାଏଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)