• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆସୁଛି ଲଘୁଚାପ । ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଏହି ସମୟରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଏହାପରେ ଉତ୍ତରପୂର୍ବକୁ ଗତି କରି ୨୪ ବେଳକୁ ଅବପାତ ରୂପ ନେଇପାରେ ବୋଲି କହିଛି ପାଣିପାଗ ବିଭାଗ ।

ଏଣୁ ଆସନ୍ତା ୨୩ ଓ ୨୪ରେ ସମୁଦ୍ର ଅଶାନ୍ତ ରହିବ । ଫଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା ହୋଇଛି । ୨୪ରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା । ୨୫ରୁ ୨୬ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ହେବାକୁ ଥିବା ବେଳେ ବାଲେଶ୍ୱରରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷିବ ।

ଅଧିକ ପଢ଼ନ୍ତୁ: କାଲି ଲଘୁଚାପ, ୨୪ରେ ଅବପାତ ! ୨୫ ଯାଏ ଭୀଷଣ ବର୍ଷା ସମ୍ଭାବନା..

ତେବେ ବାତ୍ୟା ନେଇ ଏଯାଏଁ କୌଣସି ଆକଳନ କରାଯାଇନି । ୨୨ ତାରିଖ ପରେ କିମ୍ବା ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ । ଏପଟେ ଆଜିଠୁ ତିନି ଦିନ ପାଇଁ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

୨୪ ତାରିଖରେ ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାରେ ପ୍ରବଳୁ ଅତି ପ୍ରବଳ ବର୍ଷା ଏବଂ ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି ହୋଇଛି ।

ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now