Advertisment

୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷା ହୋଇପାରେ

ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏହାର ପ୍ରଭାବ ପଡ଼ିପାରେ।

author-image
Rajalaxmi Sahoo
୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷା ହୋଇପାରେ

heavy rainfall alert

ଭୁନେଶ୍ୱର: ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏହାର ପ୍ରଭାବ ପଡ଼ିପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ।  ଏପରିକି କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

Advertisment

ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ଝଡ଼ତୋଫାନ, ବଜ୍ରପାତ ସହ ବର୍ଷା ହୋଇପାରେ। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଏହିସବୁ ଜିଲ୍ଲା ଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। 

ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ଯାଏ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଓ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ‍ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ‍ବର୍ଷା ସମ୍ଭାବନା ନେଇ ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ କୋରାପୁଟ, ରାୟଗଡ଼ା, ମାଲକାନଗିରି, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା ଓ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। 

Advertisment

ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିରରେ  ପ୍ରବଳରୁ ଅତି ପ୍ରବଳ ‍ବର୍ଷା ହୋଇପାରେ। ଗଞ୍ଜାମ, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ବୌଦ୍ଧ, ସୋନପୁର, ଯାଜପୁର, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ଯାଏ ଏହିସବୁ ଜିଲ୍ଲା ଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। 

ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହୋଇପାରେ। ୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ଯାଏ ଏହିସବୁ ଜିଲ୍ଲା ଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। 

Odisha Rain In Odisha Heavy Rainfall Alert
Advertisment
Advertisment