Advertisment

୨୦ରେ ଲଘୁଚାପ ! ଆଜି ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

୧୮ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇବ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
A Low Pressure Area Likely Formed Around Oct 20

A Low Pressure Area Likely Formed Around Oct 20

ଆସନ୍ତା ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି। ୧୮ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇବ। 

Advertisment

ଏହାପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। 

ଅନ୍ୟପକ୍ଷେ, ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼। ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

Low Pressure
Advertisment
Advertisment