Advertisment

ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଉତ୍ତର-ପୂର୍ବ ଓ ଏହାର ତତ୍‌ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ସାଇକ୍ଲୋନିକ୍‌ ସର୍କୁଲେସନ୍‌ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଏହାର ତତ୍‌ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Low Pressure Area Likely To Form

Low Pressure Area Likely To Form

Advertisment

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ଏହାର ତତ୍‌ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ସାଇକ୍ଲୋନିକ୍‌ ସର୍କୁଲେସନ୍‌ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଏହାର ତତ୍‌ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment
Low Pressure Area Likely To Formଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଆସନ୍ତାକାଲି ଓ ୭ ତାରିଖରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। କୋରାପୁଟ, ଗଜପତି, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା  ଥିବାବେଳେ ମାଲକାନଗିରି, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜରେ ମଧ୍ୟ ବର୍ଷା ହୋଇପାରେ। ସେହିପରି ଆସନ୍ତା ୭ ତାରିଖରେ ଆଭନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।  

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶଙ୍କ ସୂଚନା ଅନୁସାରେ, ସେପ୍ଟେମ୍ବର ୬ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଏହାର ତତ୍‌ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୬ ଓ ୭ ତାରିଖରେ ଓଡ଼ିଶାରେ ଏହାର ସର୍ବାଧିକ ପ୍ରଭାବ ରହିବ। ଏହାର ପ୍ରଭାବରେ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ।’

Advertisment

୬ ଓ ୭ ତାରିଖରେ ମତ୍ସ୍ୟଜୀବୀଙ୍କୁ ଉତ୍ତର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ବାରଣ କରାଯାଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ଘଣ୍ଟାକୁ ୪୦ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଛି। 

Advertisment
Heavy Rainfall Rain Alert Weather Forecast Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ