Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ଘଣ୍ଟାରେ ଡିପ୍ରେସନ୍‌ !

ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି।

author-image
Rajalaxmi Sahoo
A Low Pressure Formed Over Bay of Bengal

A Low Pressure Formed Over Bay of Bengal

ଉତ୍ତର-ପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ ଓ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଲଘୁଚାପ ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବିସ୍ତୃତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ବିଶେଷ କରି ୧୮, ୧୯ ଏବଂ ୨୦ ତାରିଖ ତିନି ଦିନ ବର୍ଷିବ। ତେବେ ବର୍ଷାର ପରିମାଣ ୧୯ ତାରିଖରେ ଅଧିକ ରହିବ। ୧୮ ତାରିଖରେ ୧୯ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Advertisment

ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କଳାହାଣ୍ଡି ଏବଂ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ୧୯ ତାରିଖରେ ୧୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାର ଜିଲ୍ଲା ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି। ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ

Heavy Rainfall Alert Rain In Odisha Weather In Odisha
Advertisment
Advertisment