Advertisment

୨ ଦିନ ପ୍ରବଳ ବର୍ଷିବ, ୨୨ ଜିଲ୍ଲାକୁ ୱାର୍ଣ୍ଣିଂ

ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି।

Clouds over Odisha

Clouds over Odisha

Advertisment

ଭୁବନେଶ୍ୱର: ଆସନ୍ତାକାଲିଠୁ ୨ ଦିନ ଯାଏଁ ପ୍ରବଳ ବର୍ଷାରେ ଭିଜିବ ଅଧାରୁ ଅଧିକ ଓଡ଼ିଶା। କାରଣ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୧୨ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ବିଶେଷ କରି ରାଜ୍ୟର ୨୨ଟି ଜିଲ୍ଲାରେ ବର୍ଷାର ପ୍ରଭାବ ରହିବାର ଥିବାରୁ ସେସବୁ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି କରାଯାଇଛି। ତାମଧ୍ୟରୁ ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ସେହି ୬ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଏବଂ ପୁରୀ। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ତା ପରଦିନ ବର୍ଷାର ପରିମାଣ ବଢିବ ବୋଲି କହିଛି ପାଣିପାଗ କେନ୍ଦ୍ର। ଏଥିସହ ଦକ୍ଷିଣ ଓଡିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର ରହିପାରେ। 

Advertisment

ଅନ୍ୟ ୧୬ଟି ଜିଲ୍ଲାର ଗୋଟିଏ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର। ସୋମବାର ସକାଳ ୮ଟା ୩୦ ପର୍ଯ୍ୟନ୍ତ ସମ୍ପୃକ୍ତ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସମୁଦ୍ର ଅଶାନ୍ତ ହେବାକୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଜୁନ୍ ୧ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି।

Advertisment
Yellow Warning Odisha Weather Bay Of Bengal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ