Advertisment

୨୪ ସନ୍ଧ୍ୟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ମିଆଁମାର ଉପକୂଳ ତତ୍‌ ସଂଲଗ୍ନ ମାର୍ଟାବାନ୍ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିପାରେ। ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
A LowPressure Area Likely To Form

A LowPressure Area Likely To Form

Advertisment

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ମିଆଁମାର ଉପକୂଳ ତତ୍‌ ସଂଲଗ୍ନ ମାର୍ଟାବାନ୍ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିପାରେ। ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।  ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବିଶେଷକରି  ବିପଦ ସଙ୍କେତ ଉପରେ ଥିବା ଜଳକା ନଦୀର ବନ୍ଧ ଗତକାଲି ଭାଙ୍ଗି ଯାଇଥିବା ନେଇ ଖବର ସାମ୍ନାକୁ ଆସିଥିଲା। ପ୍ରବଳ ବନ୍ୟା ଯୋଗୁ ଦୁର୍ବଳ ଥିବା ନଦୀବନ୍ଧ ଭାଙ୍ଗି ଯାଇଥିଲା। ଫଳରେ ଏକତାଳି ଗାଁ ନିକଟରେ ନଦୀବନ୍ଧରେ ୫ ଶହ ଫୁଟର ଘାଇ ସୃଷ୍ଟି ହୋଇଥିଲା। ଫଳରେ ବସ୍ତା ଓ ରାସଗୋବିନ୍ଦପୁର ବ୍ଲକରେ ପାଣି ପଶିବା ଆଶଙ୍କା ଦେଖା ଦେଇଛି।

Advertisment
Rainfall Low Pressure Area
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ