Advertisment

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ୨୬ରୁ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସାଙ୍ଗକୁ ଲଘୁଚାପ ସୃଷ୍ଟି ହୋଇପାରେ। ଘୂର୍ଣ୍ଣିବଳୟ ଧୀରେ ଧରେ ସକ୍ରିୟ ହେଉଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

author-image
Rajalaxmi Sahoo
Heavy Rainfall Alert

Rainfall Alert

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସାଙ୍ଗକୁ ଲଘୁଚାପ ସୃଷ୍ଟି ହୋଇପାରେ। ଘୂର୍ଣ୍ଣିବଳୟ ଧୀରେ ଧରେ ସକ୍ରିୟ ହେଉଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆସନ୍ତା ୨୬ରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିପାରେ।

Advertisment

ମୁଖ୍ୟତଃ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ରହିବ। ୨୬ ରୁ ୨୮ତାରିଖ ଯାଏ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ୨୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ସେହି ସମୟରେ ଉପକୂଳରେ ବର୍ଷାର ପରିମାଣ ଧିରେ ଧିରେ କମିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଆଜି କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।   

Advertisment

ଚଳିତ ମାସରେ ବଙ୍ଗୋପସାଗରରେ ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେବାରେ ଲାଗିଛି। ଏଇ ସେପ୍ଟେମ୍ବରରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇ ସାରିଥିବା ବେଳେ ଏବେ ପୁଣି ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ହେଲେ ଏହି ଦୁଇଟି ଯାକ ଲଘୁଚାପ ଏକା ସମୟରେ ସୃଷ୍ଟି ହେବାର ପୂର୍ବାନୁମାନ କରାଯାଉଛି।

Low Pressure Alert Rain Alert In Odisha
Advertisment
Advertisment