Advertisment

ଆସୁଛି ବାତ୍ୟା ! ୮ ତାରିଖ ସୁଦ୍ଧା ଉପକୂଳ ଛୁଇଁବା ସମ୍ଭାବନା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ବାତ୍ୟା।  ବାତ୍ୟା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଟ୍ୱିଟ୍‌ କରି ସୂଚନା ଦେଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Cyclone Forecast for Odisha

Another Cyclone May Form In Bay Of Bengal

ଦାନା ବାନ୍ଧୁଛି ଆଉ ଏକ ବାତ୍ୟା ! ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ କ୍ରମଶଃ ଏହା ଘନୀଭୂତ ହୋଇ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନ ରହିଛି। ଡିସେମ୍ବର ୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ତାମିଲନାଡୁ, ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ବଙ୍ଗୋପସାଗରରେ ଘନୀଭୂତ ହୋଇପାରେ। 

Advertisment

ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଡିସେମ୍ବର ୬ ତାରିଖ ସନ୍ଧ୍ୟା ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଉପକୂଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ବାତ୍ୟାର ରୂପ ନେଇ ୮ ତାରିଖ ସୁଦ୍ଧା ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଏହା ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁପାରେ। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ, ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନି।

Advertisment

ଏହାର ପ୍ରଭାବରେ ତାମିଲନାଡୁର ୭ ଜିଲ୍ଲା, ପୁଡୁଚେରୀ, କରାଇକାଲ ଓ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶରେ ଡିସେମ୍ବର ୭ ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଯିବ। ଏହାର ପରଦିନ ମଧ୍ୟ ବର୍ଷା ଲାଗି ରହିବ। ସେହିପରି ଡିସେମ୍ବର ୪ରୁ ୬ ତାରିଖ ଯାଏ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଡିସେମ୍ବର ୮ ଯାଏ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରକୁ ନଯିବା ପାଇଁ ପାଣିପାଗ ବିଭାଗ ମତ୍ସଜୀବୀଙ୍କୁ ପରାମର୍ଶ ଦେଇଛି। 

Weather Forecast Cyclone
Advertisment
Advertisment