ଆସିପାରେ ବାତ୍ୟା ! ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତ ରୂପ ନେଇପାରେ । ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେବାର ସମ୍ଭାବନା ରହିଛି । ଏହାର ୪୮ ଘଣ୍ଟାରେ ତାହା ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବାର ପାଣିପାଗ ବିଭାଗ ଅନୁମାନ କରିଛି ।