Advertisment

ଆସୁଛି ଆଉ ଏକ ଲଘୁଚାପ; ୨୪ ତାରିଖ ବେଳକୁ ନେଇପାରେ ବାତ୍ୟାର ରୂପ

ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

ଅଦ୍ୟତନ ହୋଇଛି
Low Pressure Alert in odisha

Low Pressure

Advertisment

ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ନେଇ ଭୁବନେଶ୍ବର ଆଂଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

Advertisment

ଅଧିକ ପଢ଼ନ୍ତୁ: ବଙ୍ଗୋପସାଗରରେ ଅବପାତ! ବୁଡ଼ିଛି ଦକ୍ଷିଣ ଭାରତ, ଉବୁଟୁବୁ ଆଇଟି ସିଟି

ଏହାର ପ୍ରଭାବରେ ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଏ ନେଇ କୌଣସି ୱାର୍ଣିଂ ଦିଆଯାଇନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଚିତ୍ର ଆହୁରି ସ୍ପଷ୍ଟ ହେବ ବୋଲି ମନୋରମା କହିଛନ୍ତି। ତେବେ ବାତ୍ୟା ନେଇ କୌଣସି ସୂଚନା ନାହିଁ।

ଅନ୍ୟପକ୍ଷରେ ପାଣିପାଗ ବିଶେଷଜ୍ଞ ଶରତ ସାହୁଙ୍କ ଆକଳନ ଅନୁଯାୟୀ, ଲଘୁଚାପଟି ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ତାରିଖ ବେଳକୁ ଗଭୀର ଅବପାତ କିମ୍ବା ଏକ ଛୋଟ ବାତ୍ୟାର ରୂପ ନେଇପାରେ। ବିଭିନ୍ନ ମଡେଲର ଆକଳନ ଅନୁଯାୟୀ ଏହା ଓଡ଼ିଶା ଉପକୂଳ, କିମ୍ବା ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ମୁହାଁ ହେବାର ସମ୍ଭାବନା ରହିଛି। ତେବେ ଏ ସଂପର୍କରେ ୨୨-୨୩ ବେଳକୁ ସ୍ପଷ୍ଟ ଚିତ୍ର ଆସିବ ବୋଲି ଶରତ ସାହୁ କହିଛନ୍ତି।

Advertisment

Low Pressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ