Advertisment

ବାତ୍ୟା ‘ଅସାନି’ ପରେ ଆସୁଛି ଆଉ ଏକ ଲଘୁଚାପ କ୍ଷେତ୍ର ! ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ

ଓଡ଼ିଶା ଉପରେ ବାତ୍ୟା ‘ଅସାନି’ର ଭୟ ଟଳି ଥିଲେ ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

 Another Low Pressure Area Likely Over BoB Next Week

Another Low Pressure Area Likely Over BoB Next Week

Advertisment

ଓଡ଼ିଶା ଉପରେ ବାତ୍ୟା ‘ଅସାନି’ର ଭୟ ଟଳି ଥିଲେ ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। 

Advertisment

‘ଏହା ଦିନେ କିମ୍ବା ୨ ଦିନ ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ। ଏହାପରେ ଏହାର ରୂପରେଖ ଓ ପ୍ରଭାବ କ’ଣ ରହିବ, ସେନେଇ ଆକଳନ କରାଯାଇପାରିବ’ ବୋଲି IMD ସୂଚନା ଦେଇଛି। ତେବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖ ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ଆଶା କରାଯାଉଛି। 

ଚଳିତ ବର୍ଷ ୨୭ ମେ’ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ଆକଳନ କରାଯାଇଛି।  ଯାହାକି ସ୍ୱାଭାବିକ ତାରିଖ ଠାରୁ ପୂର୍ବରୁ ଛୁଇଁବା ନେଇ ପୂର୍ବାନୁମାନ ହୋଇଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ସୂଚନାଥାଉ କି, ରାଜ୍ୟରେ ଅଧିକାଂଶ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର ଥିଲା। ଏଠାରେ ଗତକାଲି ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା।

Low Pressure Area Cyclone Asani
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ