• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆସନ୍ତା ୫ ତାରିଖ ପରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୫ ତାରିଖ ପରେ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

ସେହିପରି ୫ ତାରିଖ ପର୍ଯ୍ୟନ୍ତ ସାରା ଭାରତରେ ଦୁର୍ବଳ ମୌସୁମୀ ଜାରି ରହିବ। ତେବେ ୫ ପରେ ବର୍ଷାର ପରିମାଣ ବଢ଼ିବା ନେଇ IMD ସୂଚନା ଦେଇଛି। ସେପଟେ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି।

୩ ତାରିଖରେ ୧୦ଟି ଜିଲ୍ଲା ଓ ୪ ତାରିଖରେ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗଳ, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ

ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ।